www.samajalive.in
Sunday, December 7, 2025
15.1 C
Bhubaneswar

ରାଉରକେଲାରେ ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ, ୨୦୨୩ରେ ଆୟୋଜିତ ହେବ ପୁରୁଷ ହକି ବିଶ୍ବକପ – ମୁଖ୍ୟମନ୍ତ୍ରୀ

ରାଉରକେଲା: ରାଉରକେଲାରେ ତିଆରି ହେବ ଭାରତର ସର୍ବବୃହତ ହକି ଷ୍ଟାଡିୟମ। ଏ ନେଇ ଗୁରୁବାରମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହି ଷ୍ଟାଡିୟମରେ ବିଶ୍ୱକପ-୨୦୨୩ ଆୟୋଜିତ ହେବ ବୋଲି ମଧ୍ୟ କହିଛନ୍ତି।

ରାଉରକେଲା ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ୧୫ ଏକର ଜମିରେ ଏହି ଷ୍ଟାଡିୟମ ନିର୍ମାଣ କରାଯିବ। ଏହି ଷ୍ଟାଡିୟମରେ ୨୦ ହଜାର ଦର୍ଶକ ବସି ଖେଳ ଦେଖିପାରିବେ।

- Advertisement -

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ , ସୁନ୍ଦରଗଡ଼ ଜିଲ୍ଲା ହେଉଛି ହକି ପ୍ରତିଭାର ପାୱାର ହାଉସ୍‌। ଏହି ଜିଲ୍ଲାରୁ ବହୁ ହକି ପ୍ରତିଭା ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିଛନ୍ତି। ଏଣୁ ରାଉରକେଲାରେ ଅନ୍ତର୍ଜାତୀୟ ସ୍ତରରେ ହକି ଷ୍ଟାଡିୟମ ନିର୍ମାଣ କରାଯିବ।’

ନିକଟରେ ଅନ୍ତର୍ଜାତୀୟ ହକି ଫେଡେରେସନ, ହକି ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରାଉରକେଲାରେ ହକି ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ। ସୁନ୍ଦରଗଡ଼ ଜିଲ୍ଲାର ସବୁ ବ୍ଲକ୍‌ରେ ସିନ୍ଥେଟିକ ଟର୍ଫ ବିଶିଷ୍ଟ ହକି ଷ୍ଟାଡିୟମ ନିର୍ମାଣ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories