www.samajalive.in
Saturday, December 6, 2025
14.1 C
Bhubaneswar

ଅନ୍ତର୍ଜାତୀୟ ହକିରୁ ଅବସର ନେଲେ ବିଶିଷ୍ଟ ହକି ଖେଳାଳୀ ଦୀପଗ୍ରେସ୍‌ ଏକ୍କା

ଭୁବନେଶ୍ବର: ଭାରତୀୟ ମହିଳା ହକି ତାରକା ଦୀପଗ୍ରେସ ଏକ୍କା ହକିରୁ ଅବସର ନେଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଦୀପଗ୍ରେସ୍ ଅବସର ନେବା ପରେ କହିଛନ୍ତି ମୋତେ ଭାରତ ପକ୍ଷରୁ ପ୍ରତିନିଧିତ୍ବ କରିବାର ସୁଯୋଗ ମିଳିଥିବାରୁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ୨୦୧୧ରୁ ୨୦୨୩ ପର୍ଯ୍ୟନ୍ତ ଯାତ୍ରା ମୋ  ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଥିଲା। ମୋର ଏହି ସଫଳ ଯାତ୍ରା ପାଇଁ ମୁଁ ହକି ଇଣ୍ଡିଆ, ଓଡିଶା ହକି ସଂଘ , ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଉଛି ।  ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାରେ ଜନ୍ମ ଗ୍ରହଣ କରିଥିବା ଦୀପଗ୍ରେସ୍  ୨୦୧୧  ମସିହାରେ ମାତ୍ର ୧୭ ବର୍ଷ ବୟସରେ ହକିରେ ପାଦ ଦେଇଥିଲେ । ୨୦୧୩ରେ ଜର୍ମାନୀରେ ଆୟୋଜିତ ମହିଳା ଜୁନିୟର ହକି ବିଶ୍ୱକପ୍ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ୨୦୧୪ ଓ ୨୦୧୮ ମସିହାରେଏସୀୟ କ୍ରୀଡ଼ାରେ ପଦକ ଜିତିଥିବା ଭାରତୀୟ ମହିଳା ଦଳର ସଦସ୍ୟ ରହିଥିଲେ । ୨୦୧୧ ରୁ ୨୦୨୩ ମଧ୍ୟରେ ଦୀପଗ୍ରେସ୍ ମୋଟ୍ ୨୬୮ଟି ମ୍ୟାଚ୍ ଖେଳି ମୋଟ୍ ୨୪ଟି ଗୋଲ୍ କରିଛନ୍ତି। ଜାତୀୟ ସ୍ତରରେ ପ୍ରଭାବୀ ପ୍ରଦର୍ଶନ ପାଇଁ ୨୦୨୨ ମସିହାରେ ତାଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories