www.samajalive.in
Sunday, December 7, 2025
26.1 C
Bhubaneswar

ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ୱଜା

ୟୁପି: ଅଯୋଧ୍ୟାର ଶ୍ରୀରାମ ମନ୍ଦିରରେ ପତାକା ଉତ୍ତୋଳନ ଉତ୍ସବ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ନଭେମ୍ବର ୨୫ତାରିଖରେ ହେବାକୁ ଥିବା ପତାକା ଉତ୍ତୋଳନ ଏବଂ ପୂର୍ଣ୍ଣାହୁତି ସମାରୋହକୁ ଚୂଡାନ୍ତ କରାଯାଉଛି । ଟ୍ରଷ୍ଟର ସଂଯୋଜକ ଶରଦ ଶର୍ମା ଏହି କାର୍ଯ୍ୟକ୍ରମରେ ଜଡିତ ଥିବା ବିବରଣୀକୁ ସୋସିଆଲ ମିଡ଼ିଆରେ ସେୟାର କରିଛନ୍ତି । ସୂଚନା ଅନୁସାରେ ଅଯୋଧ୍ୟା ରାମ ମନ୍ଦିର ଶିଖରରେ ଉଡିବ ଧର୍ମ ଧ୍ୱଜା । ଆହୁରି ସୁନ୍ଦର ହୋଇଯିବ ଦିବ୍ୟ ମନ୍ଦିର । ଆସନ୍ତା ୨୫ତାରିଖରେ ଧ୍ୱଜାରୋହଣ ଉତ୍ସବ ହେବ । ସେଥିପାଇଁ ଜୋରଦାରରେ ଧ୍ୱଜାରୋହଣ ଉତ୍ସବ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଉତ୍ସବ ପାଇଁ ଆସନ୍ତାକାଲି ଠାରୁ ପୂଜା ଆରମ୍ଭ ହେବ । ୨୧ରୁ ୨୪ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ପୂଜା ହେବ । ଧ୍ୱଜାରୋହଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୋଲି ସୂଚନା ମିଳିଛି ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories