www.samajalive.in
Friday, December 12, 2025
15.1 C
Bhubaneswar

ଜିଲାପାଳଙ୍କୁ ଗୃହ ବିଭାଗର ଚିଠି: ଆଇନଶୃଙ୍ଖଳା ବଜାୟ ରଖିବାକୁ ନିର୍ଦେଶ

ଭୁବନେଶ୍ବର : ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡ଼କରା ଦିଆଯାଇଥିବାବେଳେ ଆଇନଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ନିମନ୍ତେ ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଲଳିତ ଦାସ ସମସ୍ତ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।
ଜିଲାପାଳମାନଙ୍କୁ ଲେଖିଥିବା ଚିଠିରେ ଶ୍ରୀ ଦାସ ଉଲ୍ଲେଖ କରିଛନ୍ତି ଯେ ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ବନ୍ଦ ଡ଼କରା ଦେଇଥିବା ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ରାସ୍ତାରେ ଯାତାୟାତ ବନ୍ଦ କରିବା, ରେଳ ରୋକ, ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ କରିବା ତଥା ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ ଓ ଶିକ୍ଷାନୁଷ୍ଠାନ ଆଗରେ ପିକେଟିଂ କରାଯିବାର ଆଶଙ୍କା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବଜାୟ ରଖିବା ଏବଂ ଜିଲାରେ ଯେପରି ସବୁ ଅତ୍ୟାବଶ୍ୟକ ସେବା ଅବ୍ୟାହତ ରହିବ ସେ ଦିଗ ପ୍ରତି ସଜାଗ ରହିବାକୁ ସେ ସତର୍କ କରାଇଦେଇଛନ୍ତି। ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀମାନେ ପୂର୍ବାହ୍ନ ୯ଟା ୩୦ ସୁଦ୍ଧା କାର୍ଯ୍ୟରେ ଯୋଗଦେବା ନିମନ୍ତେ ନିର୍ଦେଶ ଦେବା ପାଇଁ ସେ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories