www.samajalive.in
Saturday, December 13, 2025
15.1 C
Bhubaneswar

ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ୍ : ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ : ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଠାରେ କରୋନା ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟୁଇଟ କରି ଶ୍ରୀ ଶାହା କହିଛନ୍ତି,
“କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ, ମୁଁ ପରୀକ୍ଷା କଲି ଏବଂ ରିପୋର୍ଟଟି ପଜିଟିଭ୍‍ ଆସିଛି । ମୋର ସ୍ୱାସ୍ଥ୍ୟ ଭଲ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶରେ ମୋତେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ଆପଣମାନେ ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସଂପର୍କରେ ଆସିଛନ୍ତି, ଦୟାକରି ନିଜକୁ ଅଲଗା ରଖନ୍ତୁ ଏବଂ ଆପଣଙ୍କର ସ୍ୱାସ୍ଥ୍ୟ ଯାଞ୍ଚ କରନ୍ତୁ।”

ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅପରାହ୍ନ ୪ ଟା ସମୟରେ ମେଦାନ୍ତ ହସ୍ପିଟାଲରେ ପହଞ୍ଚିଥିଲେ। ଡାକ୍ତର ସୁଶୀଲା କାଟାରିଆଙ୍କ ତତ୍ତ୍ୱାବଧାନରେ ତାଙ୍କୁ ଚିକିତ୍ସା କରାଯାଉଛି। ସ୍ୱରାଷ୍ଟ୍ରମନ୍ତ୍ରୀ ଶାହା ୪୩୧୦ ରୁମରେ ଅଲଗା ଅଛନ୍ତି।

- Advertisement -

କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ୍‍ ଆସିବା ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯଥାଶୀଘ୍ର ଆରୋଗ୍ୟ କାମନା କରଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି,“ ଅମିତଜୀ, ତୁମର ଦୃଢତା ଏବଂ ଇଚ୍ଛାଶକ୍ତି ପ୍ରତ୍ୟେକ ଚ୍ୟାଲେଞ୍ଜ ସାମ୍ନାରେ ଏକ ଉଦାହରଣ ପାଲଟିଛି। କରୋନା ଭାଇରସର ଏହି ବଡ ଚ୍ୟାଲେଞ୍ଜରେ ଆପଣ ନିଶ୍ଚିତ ଭାବରେ ଜିତିବେ, ମୁଁ ବିଶ୍ୱାସ କରେ। ତୁମେ ଯଥାଶୀଘ୍ର ସୁସ୍ଥ ହୁଅ, ଏହା ଭଗବାନଙ୍କ ନିକଟରେ ମୋର ପ୍ରାର୍ଥନା।”

ସେହିପରି ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା “ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ମାନ୍ୟବର ସ୍ୱରାଷ୍ଟ୍ରମନ୍ତ୍ରୀ  ଅମିତ ଶାହା ଜୀଙ୍କର କରୋନା ସଂକ୍ରମିତ ହେବାର ଖବର ମିଳିଛି। ତାଙ୍କର ଶୀଘ୍ର ଆରୋଗ୍ୟ ପାଇଁ ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି।”

 

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories