www.samajalive.in
Sunday, December 7, 2025
26.1 C
Bhubaneswar

କୋଭିଡ୍‍ ଉପଯୁକ୍ତ ଆଚରଣ କଡ଼ାକଡ଼ି ଭାବେ ଲାଗୁ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ଏଥିପ୍ରତି ସତର୍କ ରହିବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ପରାମର୍ଶ ଦିଆଯାଇଛି। ଆଜି ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‍ ମାର୍ଗଦର୍ଶିକାରେ ଏ ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଦେଶବ୍ୟାପୀ କୋଭିଡ୍‍ ମାର୍ଗଦର୍ଶିକାର ଖୋଲା ଉଲ୍ଲଙ୍ଘନ ହେଉଥିବାରୁ ମନ୍ତ୍ରଣାଳୟ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି। ତେଣୁ କୋଭିଡ୍‍ ଉପଯୁକ୍ତ ଆଚରଣର କଡ଼ାକଡ଼ି କାର୍ଯ୍ୟକାରିତା ଲାଗି ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ସହିତ ଅଧିକାରୀମାନଙ୍କୁ ବ୍ୟକ୍ତିଗତ ଭାବେ ଦାୟୀ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟଗୁଡ଼ିକୁ କୁହାଯାଇଛି।
ସେହିଭଳି କୌଣସି ଦୋକାନ, ପ୍ରତିଷ୍ଠାନ ବା ବଜାର ଆଦିରେ କୋଭିଡ୍‍ ଉପଯୁକ୍ତ ଆଚରଣ ନିୟମ ପାଳନ କରା ନ ଗଲେ ସେଗୁଡ଼ିକୁ ସିଲ୍‍ କରାଯିବା ସହ ଆଇନ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାଲାଗି ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories