ମଙ୍ଗଳବାର ରାଶିଫଳ (୦୯.୦୫.୨୦୨୩)

ମେଷ : ସୌଭାଗ୍ୟଶାଳୀ ହେବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ନିରୋଗ ରହିବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ବେଳେବେଳେ କଥାବାର୍ତ୍ତାରେ ବାଚାଳତା ଦେଖା ଦେଇପାରେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିବେ।

ମିଥୁନ :  ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ମାର୍ଗଦର୍ଶିକା ହେବେ।

କର୍କଟ : ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ସିଂହ : କର୍ମଚଞ୍ଚଳ ରହିବ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ, ଧାର୍ମିକ, ତେଜସ୍ବୀ ହେବେ।

କନ୍ୟା : ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ବୁଦ୍ଧିମାନ୍‌ ହେବେ।

ତୁଳା :  ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତି ଓ ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ବିଛା : ସୌଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ପାରିବାରିକ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ। ଧାର୍ମିକ ହେବେ।

ଧନୁ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ସୁଷମ ଖାଦ୍ୟ ମିଳିବ।

ମକର : କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ସାହାସୀ ଓ ଜ୍ଞାନୀ ହୋଇପାରନ୍ତି।

କୁମ୍ଭ : ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ସୁଖୀ ରହିବେ।

ମୀନ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। କର୍ମତତ୍ପର ରହିବେ। ପରିବାର ପ୍ରତି ସ୍ନେହଭାବ ବଢ଼ିବ।

Comments are closed.