ମଙ୍ଗଳବାର ରାଶିଫଳ ( ୧୦/୦୮/ ୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Aug 10, 2021 Share ମେଷ : କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ। ବୃଷ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ। ମିଥୁନ : ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ହେବ। ଥଣ୍ଡାକଫଜନିତ କ୍ଲେଶ ଉପୁଜିପାରେ। ପ୍ରେମୀ ଓ ସାହସୀ ହେବେ। କର୍କଟ : ଭଲ ଆୟ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ ଓ ସହନଶୀଳ ହେବେ। ଶାନ୍ତିପ୍ରିୟ ହୋଇପାରନ୍ତି। ଉଦାର ସ୍ବଭାବ ସମ୍ପନ୍ନ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସିଂହ : ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। Related Posts ରଘୁରାଜପୁର ଗାଁ ବୁଲିଲେ, ପଟ୍ଟଚିତ୍ର କିଣିଲେ… Jan 18, 2025 ଡାଲମିଆ କମ୍ପାନୀ ପକ୍ଷରୁ ମୃତକଙ୍କ ପରିବାରକୁ… Jan 18, 2025 କନ୍ୟା : ଗତିରୋଧର ସମ୍ମୁଖୀନ ହୋଇପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହେବେ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ବାଣିଜ୍ୟ ବିଦ୍ୟାରେ କୃତିତ୍ବ ଅର୍ଜନ କରିବେ। ପରୋପକାରୀ ଓ ଜ୍ଞାନୀ ହେବେ। ତୁଳା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ମନ ପ୍ରସନ୍ନ ରହିବ। ଭଗବତ୍ ବିଶ୍ବାସୀ ହେବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି। ବିଛା : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ଓ ପରୋପକାରୀ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛା ରହିବ। ଧନୁ : ପରାମର୍ଶଦାତା ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ବିଭିନ୍ନ ସ୍ରୋତରୁ ଅର୍ଥର ଆଗମନ ହୋଇପାରେ। ଉଦ୍ୟୋଗୀ ହୋଇପାରନ୍ତି। ମକର : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ। କୁମ୍ଭ : ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଧୈର୍ଯ୍ୟବାନ୍ ହେବେ। ଶାନ୍ତ ଓ ନୀତିଯୁକ୍ତ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଦୟାଳୁ ହେବେ। ମୀନ :ସୁଖ, ସନ୍ତୋଷର ଲାଭକରି ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। Horoscope 10th Aug 2021odia news Share FacebookTwitterWhatsApp
Comments are closed.