www.samajalive.in
Monday, December 15, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୦/୦୫/୨୦୨୨

ମେଷ :  କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ବୃଷ : ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ଚରିତ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଲାଭଦାୟକ ହେବ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ସୁଖୀ ହେବେ।

ମିଥୁନ : ଈଶ୍ବରୀୟ ଚେତନାରେ ଉଦ୍‌ବୃଦ୍ଧ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କର୍କଟ :  ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ପାଇ ଖୁସି ହେବେ। ଧନାଗମ ହେବ।

ସିଂହ :  ଆୟ ଅଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଚିନ୍ତାଧାରା ଉତ୍ତମ ମାନର ହେବ।

କନ୍ୟା : କର୍ମଚଞ୍ଚଳ ରହିବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବେ। କାର୍ଯ୍ୟରେ ବିଘ୍ନ ଉପୁଜାଇବାକୁ ଚେଷ୍ଟିତ ବ୍ୟକ୍ତି ବିଫଳ ହେବେ। ସାହସୀ ଓ ଜ୍ଞାନୀ ହେବେ। ସ୍ବାସ୍ଥ୍ୟ ପାଇଁ ଧନ ବ୍ୟୟ ହେବ।

ତୁଳା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବିଛା : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର : ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ବାଧ୍ୟ ହେବେ।

କୁମ୍ଭ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ଲେଖାପଢ଼ା ମହନୀୟ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମୀନ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚତୁର ଓ ଶତ୍ରୁଦମନକାରୀ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories