ଗୁରୁବାର ରାଶିଫଳ (୧୦/୧୧/୨୦୨୨)

ମେଷ : ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଋଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ଅଧିକ ସନ୍ତାନ ଓ ଧନସମ୍ପଦଯୁକ୍ତ ହେବେ।

ମିଥୁନ : ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁର ଭାଷୀ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ଦରିଦ୍ରନାରାୟଣ ସେବାରେ ଖର୍ଚ୍ଚାନ୍ତ ହେବେ।

କର୍କଟ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ। କରିତ୍‌କର୍ମା ହେବେ।

ସିଂହ : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ। ଚାକିରିରେ ସୁନାମ ମିଳିବ।

କନ୍ୟା : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ପ୍ରବାସ ପ୍ରିୟ, ବିଦ୍ବାନ୍‌ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା : ଈର୍ଷା ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ବାଳୁତ ସେବାରେ ମନୋନିବେଶ କରିବେ।

ବିଛା : ବ୍ୟବସାୟ ଲାଭଜନକ ହେବ। ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ବନ୍ଧୁ ମିଳନରେ ଉପକୃତ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

ଧନୁ : ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ରହିବେ। ଚତୁରତାପୂର୍ବକ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

କୁମ୍ଭ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସେବା ଓ ଦାନ କ୍ଷେତ୍ରରେ ଅଗ୍ରଗଣ୍ୟ ହୋଇପାରନ୍ତି। କୃଷି କର୍ମ ପାଇଁ ଲୋକଙ୍କୁ ଉତ୍ସାହିତ କରିପାରନ୍ତି।

ମୀନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ସମ୍ମାନ ମିଳିବ। ନିଷ୍ଠା ବଳରେ ପ୍ରତି କ୍ଷେତ୍ରରେ ବିଜୟୀ ହେବେ।

Comments are closed.