ଶୁକ୍ରବାର ରାଶିଫଳ (୧୦.୧୧.୨୦୨୩ ) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Nov 10, 2023 Share ମେଷ : ଭ୍ରାତୃତ୍ବ ଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନରେ ସେବା ମନୋଭାବର ହେବେ। କର୍ମଠ ହେବେ। ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ। ମିଥୁନ : ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ। କର୍କଟ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ। ସିଂହ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ। କନ୍ୟା : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନସମ୍ପଦ ଭରପୂର ରହିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ। Related Posts ଅପରାହ୍ନ ୫ଟା ମୁଖ୍ୟ ଖବର Nov 24, 2024 ସୋମବାର ୪ ଘଣ୍ଟା ଜଗା ଦର୍ଶନ ବନ୍ଦ Nov 24, 2024 ତୁଳା : ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଅସାଧ୍ୟ ସାଧନ କରିପାରନ୍ତି। ମଧୁର ଭାଷା ବ୍ୟବହାର କରି ଶତ୍ରୁକୁ ମିତ୍ର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ। ବିଛା : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସନ୍ତାନମାନେ ସମ୍ପତ୍ତିବାନ୍ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ପତ୍ନୀ ସୁଶୀଳା ହେବେ। ଧନୁ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବେ ରହିବ। ଔଷଧ ବ୍ୟବସାୟରୁ ଲାଭ ମିଳିବ। ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କୁମ୍ଭ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସର୍ଦି କିମ୍ବା କଫରେ ପୀଡ଼ିତ ହୋଇପାରନ୍ତି। ମୀନ : ସେବା କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବେ। ପତ୍ନୀଙ୍କୁ ପରାମର୍ଶ ଦେବେ। Horoscope 10th Nov.2023odia news Share FacebookTwitterWhatsApp
Comments are closed.