www.samajalive.in
Sunday, December 7, 2025
16.1 C
Bhubaneswar

ଶନିବାର ରାଶିଫଳ (୧୧/୦୬/୨୦୨୨)

ମେଷ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଅହଂଭାବକୁ ସମର୍ପି ଦେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

ବୃଷ : ବଦ୍‌ଖର୍ଚ୍ଚୀ ହୋଇପାରନ୍ତି। ସାମାନ୍ୟ ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସ୍ବନାମଧନ୍ୟ ହେବେ।

ମିଥୁନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ସମ୍ମାନିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ତେଜସ୍ବୀ ହେବେ।

କର୍କଟ : ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମରେ ଲାଭବାନ୍‌ ହେବେ। ଯାନବାହନ ସୁଖ ମିଳିବ।

ସିଂହ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ପ୍ରେମୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ରଯୁକ୍ତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। କୀର୍ତ୍ତିମାନ୍‌ ହେବେ। ଧନାଗମର ସୂଚନା ମିଳୁଛି।

ତୁଳା : ରୋଜଗାର ଊଣା ହେବ ନାହିଁ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣକ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିବ।

ବିଛା : କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମକାର୍ଯ୍ୟରେ ବ୍ୟୟ ବଢ଼ିବ।

ଧନୁ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କୁମ୍ଭ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମୀନ :  ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଧୈର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିବେ। ସତର୍କରେ ଚଳିବାକୁ ପଡ଼ିବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories