ମଙ୍ଗଳବାର ରାଶିଫଳ (୧୧/୧୦/୨୦୨୨)

ମେଷ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଭାଷା ମଧୁର ଓ ବ୍ୟବହାର ଅମାୟିକ ହେବ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ଧର୍ମମାର୍ଗରେ ଧନ ବ୍ୟୟ କରିପାରନ୍ତି।

ମିଥୁନ : ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜଗତ୍‌ଜିତା ହେବେ।

କର୍କଟ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ।

ସିଂହ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହୋଇପାରନ୍ତି।

କନ୍ୟା : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।

ତୁଳା : ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ସହଯୋଗ ମନୋବଳକୁ ବୃଦ୍ଧି କରିବ।

ବିଛା : ବ୍ୟୟ ବୃଦ୍ଧିକୁ ନିୟନ୍ତ୍ରଣ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ଧନୁ : କର୍ମଚଞ୍ଚଳ ହେବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

ମକର : ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ।

କୁମ୍ଭ : ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ପ୍ରକୃତି ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ।

Comments are closed.