www.samajalive.in
Sunday, December 14, 2025
23.1 C
Bhubaneswar

ଶନିବାର ରାଶିଫଳ (୧୧/୦୯/୨୦୨୧)

ମେଷ : ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : କାର୍ଯ୍ୟକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ପ୍ରଶଂସା ପାଇ ଗର୍ବିତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଧାର୍ମିକ ଓ ତେଜସ୍ବୀ ହୋଇପାରନ୍ତି।

ମିଥୁନ : ପରାମର୍ଶ ନେଇ କାର୍ଯ୍ୟକଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଭଲରେ ଚାଲିବ।

କର୍କଟ : ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି ଉପରେ ଗୁରୁତ୍ବ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ସିଂହ : ମନ ପ୍ରସନ୍ନ ରହିବ। ଆସ୍ତିକ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ସୁସ୍ଥ ଓ ନିରାମୟ ରହିବେ।

ତୁଳା : କାହାରି ସାହାଯ୍ୟ କିମ୍ବା ପରାମର୍ଶ ନ ନେଇ ସ୍ବଇଚ୍ଛାରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବେ। ଭଲ ଆୟ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : ଅଧିକ ଆୟ ପାଇଁ ଅର୍ଥ ଲଗାଣ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସବୁ ବାଧାବିଘ୍ନକୁ ଏଡ଼ାଇ ଆଗକୁ ବଢ଼ିବେ। ମଧୁର କଥାରେ ପରକୁ ଆପଣାର କରିବେ। ଯାତ୍ରା ଶୁଭଦାୟକ ହେବ। ସୁସ୍ଥ ଓ ନିରାମୟ ରହିବେ।

ଧନୁ :  ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତ ହେବେ

ମକର : ପରିଶ୍ରମର ମୂଲ୍ୟ ମିଳିବ। କୂଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ମିଳିବ।

କୁମ୍ଭ : ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ତୀର୍ଥଯାତ୍ରା ବା ପର୍ଯ୍ୟଟନର ସୁବିଧା ମିଳିପାରେ।

 ମୀନ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବେ। ସତର୍କତାର ସହ ଚଳିବେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories