ଶୁକ୍ରବାର ରାଶିଫଳ (୧୨/୦୨/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Feb 12, 2021 Share ମେଷ: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ମନ ଫୁର୍ତ୍ତି ରହିବ। ବୃଷ: ସତ୍ସଙ୍ଗୀ ହୋଇପାରନ୍ତି। ସୁସମାଚାର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ। ମିଥୁନ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି, ତା’ର ସଦ୍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିପାରନ୍ତି। ଭକ୍ତିଗାଥା ପ୍ରବଚନ ଶୁଣିବାରେ ଆଗ୍ରହୀ ହେବେ। କର୍କଟ: ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ପତ୍ନୀଙ୍କ ଧନରେ ପ୍ରତିପୋଷଣ ହେବେ। ବହୁ ସୁଖର ଅଧିକାରୀ ହୋଇପାରନ୍ତି। ଶ୍ରେଷ୍ଠ ପଦପଦବୀରେ ଆସୀନ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ। ସିଂହ: ବହୁ ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ସୁଖାଦ୍ୟ ମିଳିବ। ଆନନ୍ଦ ଉପଭୋଗ କରିପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବାକୁ ପଡ଼ିବ। ଅବିବାହିତଙ୍କର ବିବାହ ସ୍ଥିର ହେବ। କନ୍ୟା: ସୀମାରେ ଉପୁଜିଥିବା ଗଣ୍ଡଗୋଳର ମୁକାବିଲା କରିପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଅଧ୍ୟୟନରତ ହେବେ। ଋଣ ପରିଶୋଧ କରିପାରନ୍ତି। Related Posts ଟ୍ରକ୍ ଧକ୍କାରେ ଯୁବକ ମୃତ: କ୍ଷତିପୂରଣ ଦାବିରେ… May 1, 2024 ୬ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର… May 1, 2024 ତୁଳା: ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ ପ୍ରତିଯୋଗିତାରେ ବିଜୟୀ ହେବେ। ବିଛା: ପରିଶ୍ରମ ଯେତେ କଠିନ ହେଉ ପଛେ; ତା’ର ମୂଲ୍ୟ ମିଳିବ। ଯାନବାହନ ମିଳିବ। କାର୍ଯ୍ୟଧାରା ସୁମାର୍ଗୀ ହୋଇପାରେ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ରହିବା ଗୃହଟି ସ୍ୱାସ୍ଥ୍ୟ ନିବାସ ଭଳି ହେବ। ଧନୁ: କାର୍ଯ୍ୟ ହାସଲ କରିବାକୁ ହେଲେ ଅପେକ୍ଷା କରିବାକୁ ପଡ଼ିବ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟ ଲାଭ କରିପାରନ୍ତି। ଭକ୍ତିଗାଥା ତଥା ପ୍ରବଚନରେ ଯୋଗ ଦେବେ। ମକର: ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଭଗବତ୍ ପ୍ରେମୀ ହେବେ। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭବାନ୍ ହେବେ। କୁମ୍ଭ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ମୀନ: ଧର୍ମକାର୍ଯ୍ୟରେ ଅଧିକ ଧନବ୍ୟୟ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ସିଦ୍ଧହସ୍ତ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜି ପାରେ। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି। Horoscope 12 02 21odia news Share FacebookTwitterWhatsApp
Comments are closed.