www.samajalive.in
Saturday, December 6, 2025
19.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୨/୧୦/୨୦୨୧)

ମେଷ :  କର୍ମକ୍ଷେତ୍ର ଉତ୍ସାହଜନକ ହେବ। ସୁସ୍ଥ ଓ ନିରାମୟ ରହିବେ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ।

ବୃଷ : ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।

ମିଥୁନ : ବ୍ୟବସାୟ ଲାଭଜନକ ହେବ। ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇ ଅହଂଭାବର ବିନାଶ ହେବ।

କର୍କଟ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରିୟଭାଜନ ହେବେ। ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି।

ସିଂହ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ।

କନ୍ୟା : ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷିକାର୍ଯ୍ୟକୁ ତ୍ବରାନ୍ବିତ କରିବେ। ଦଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ। ଯାନବାହନ ସୁଖ ମିଳିବ।

ତୁଳା : ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଯୋଗୁଁ ଜନାଦ୍ରୁତ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

ବିଛା : ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭକରିବେ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ଦାମ୍ପତ୍ୟ ସୁଖପ୍ରଦ ହେବ।

ଧନୁ : ସୁଖ-ସମ୍ମାନ ଲାଭକରିପାରନ୍ତି। ଐଶ୍ବର୍ଯ୍ୟାପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପ୍ରୀତିଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ।

ମକର : ବ୍ୟୟବୃଦ୍ଧିର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ପରକୁ ଆପଣାର କରିପାରନ୍ତି। ସମାଜସେବା କରି ପାରନ୍ତି।

କୁମ୍ଭ : ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକସମ୍ପର୍କ ବୃଦ୍ଧି ହେବ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ଶାସ୍ତ୍ର ଉପରେ ରୁଚି ରହିବ।

ମୀନ : କର୍ମତତ୍ପର ରହିବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହଭାବ ବୃଦ୍ଧି ହେବ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories