www.samajalive.in
Sunday, December 14, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୩/୦୪/୨୦୨୧)

ମେଷ : ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ରହିବେ। ଦାମ୍ପତ୍ୟ ସୁଖ ମିଳିବ। ଚିନ୍ତାଧାରା ମହତ ହେବ। ନୂଆବନ୍ଧୁ ମିଳିବେ।

ବୃଷ : ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ସ୍ନେହପୂର୍ଣ୍ଣ ବାକ୍ୟ ବିନିମୟରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ଚକ୍ଷୁରେ ପୀଡ଼ା ଉପୁଜି ପାରେ।

ମିଥୁନ : ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ।

କର୍କଟ : ଶୁଭ ଖବର ମିଳିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟ ଲାଭଜନକ ହେବ।

ସିଂହ : ସତ୍‍ସଙ୍ଗୀ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ପ୍ରାପ୍ତ ହେବେ ଓ ତା’ର  ସଦ୍‍ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ। ପୁରସ୍କୃତ ହେବେ।

କନ୍ୟା : ଖର୍ଚ୍ଚାନ୍ତ ହୋଇପାରନ୍ତି। କାର୍ଯ୍ୟରେ କେହି ବାଧା ଉପୁଜାଇବାକୁ ଉଦ୍ୟମ କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶ୍ରେଷ୍ଠ କର୍ମଯୁକ୍ତ ହେବେ। ରାଜତୁଲ୍ୟ ସମ୍ମାନର ଅଧିକାରୀ ହେବେ। କାର୍ଯ୍ୟରେ ଉତ୍ସାହ ବୃଦ୍ଧି ହେବ। ପରୋପକାରୀ ହେବେ।

ତୁଳା : ଆନନ୍ଦ ଉତ୍ସବ ଲାଗି ରହିବ। ବିଭିନ୍ନ ସ୍ତରରୁ ସାହାଯ୍ୟ ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ଶୁଣି ଖୁସି ହୋଇ ପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିପାରନ୍ତି।

ବିଛା : ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ପାରିବାରିକ ଜୀବନ ସୁଖପ୍ରଦ ହେବ। ବହୁ ଜନଙ୍କର ପୋଷାକ ଭାର ବହନ କରିବେ। ଶତ୍ରୁ ବିନାଶ କରି ଆଶ୍ୱସ୍ତ ହେବେ। ଧନବାନ୍‍ ହେବେ।

ଧନୁ :  ପରିଶ୍ରମ ଯେତେ କଠିନ ହେଉ ନା କାହିଁକି ତା’ର ମୂଲ୍ୟ ମିଳିବ। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ସୁସ୍ୱାଦୁ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।

ମକର :  ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଭଗବତ ପ୍ରେମୀ ହେବେ। ଦେବ ଦର୍ଶନ ଶୁଭଦାୟକ ହେବ। ଅଶାନ୍ତି ଦୂର ହୋଇପାରେ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ।

କୁମ୍ଭ : ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ସକଳ ଗୁଣର ଆଧାର ହୋଇପାରନ୍ତି। ସୁଖୀ ହେବେ। କାବ୍ୟ ଶାସ୍ତ୍ରାନୁରକ୍ତ ହେବେ। ଶୈର୍ଯ୍ୟଶାଳୀ ହେବେ। କ୍ଳେଶ ସହିଷ୍ଣୁ ଓ ଶତ୍ରୁହନ୍ତା ହେବେ। ବିଚକ୍ଷଣ ବୁଦ୍ଧି ଯୁକ୍ତ ଓ କମନୀୟ ଶରୀରଯୁକ୍ତ ହେବେ।

ମୀନ :  କାର୍ଯ୍ୟରେ ସଫଳତା ଲାଭ କରିବେ; ମାତ୍ର ବିଳମ୍ବରେ। ଶୀଳ ଧନ ଭୋଗ କରିପାରନ୍ତି। ପରାମର୍ଶଦାତା ହେବେ। ପରଧନରେ ଧନୀ ହୋଇପାରନ୍ତି। ରସିକ ହେବେ। ଚଞ୍ଚଳମନା ହେବେ। ସହିଷ୍ଣୁ ହେବେ। କୀର୍ତ୍ତି ସ୍ତମ୍ବ ସ୍ଥାପନ କରିପାରନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories