www.samajalive.in
Friday, December 12, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୩/୦୭/୨୦୨୧)

ମେଷ : କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଭାଗ୍ୟଫଳ ସପକ୍ଷରେ ଯାଇପାରେ। ବିିଭିନ୍ନ ଦିଗରୁ ଆର୍ଥିକ ସ୍ରୋତ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବାର ଆଶା କରାଯାଏ।

ବୃଷ : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ଉପରେ ଗୁରୁତ୍ବ ଦେବେ। ଦଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।

ମିଥୁନ : କାର୍ଯ୍ୟ କୁଶଳତା ପାଇଁ ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। କଥାବାର୍ତ୍ତାରେ ମଧୁରତା ରହିବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରମାନଙ୍କଠାରୁ ସାହାଯ୍ୟ ସହାନୁଭୂତି ଲାଭକରିବେ।

ସିଂହ : ଆତ୍ମସନ୍ତୋଷ ମିଳିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜିପାରେ। ଜ୍ଞାନଗରିମାଯୁକ୍ତ ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ।

କନ୍ୟା : କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିବେ। ଏକାନ୍ତରେ ସମୟ ବିତାଇବା ଉଦ୍ୟମରେ ସଫଳ ହେବେ। ମଧୁର କଥାରେ ପରକୁ ଆପଣାର କରିବାରେ ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ।

ତୁଳା : ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବ୍ୟବସାୟ ଲାଭଜନକ ହେବ।

ବିଛା : ସୁଖ ସମ୍ମାନ ଲାଭ କରିପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବା ଆଶା କରାଯାଏ।

ଧନୁ : ପରୋପକାରୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ସୁଖ, ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର : ଧନକ୍ଷୟ ହେବାର ସମ୍ଭାବନା ଅଛି। ଈର୍ଷାଳୁ ସ୍ବଭାବର ହେବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳପଥରେ ଯାତ୍ରା ନିଷିଦ୍ଧ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କୁମ୍ଭ : ବନ୍ଧୁ ସହଯୋଗ ପାଇ ଅତ୍ୟନ୍ତ ଖୁସି ହୋଇପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରି ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ବିଶେଷ ଉପାଦେୟ ହେବ।

ମୀନ : ଶତ୍ରୁର ଆହ୍ବାନକୁ ସ୍ବୀକାର କରି ଧୈର୍ଯ୍ୟ ଧରି ରହିବେ। ଶେଷରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଭାଇମାନଙ୍କ ପ୍ରତି ଭ୍ରାତୃସ୍ନେହ ରହିବ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories