ଗୁରୁବାର ରାଶିଫଳ (୧୩/୧୦/୨୦୨୨)

ମେଷ : ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ସପତ୍ନୀକ ଆନନ୍ଦ ଉପଭୋଗ କରିବେ।

ବୃଷ : ସରକାରୀ ବା ବନ୍ଧୁ ସୂତ୍ରରୁ ଆୟର ଧାରା ଅବିଚ୍ଛିନ୍ନ ରହିବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାର ବିଚାରାଧାରା ସପକ୍ଷରେ ଯିବ; ଯାହାଦ୍ବାରା ଧନ ଲାଭ ହେବ। ସୁଷମ ଭୋଜନରେ ଆପ୍ୟାୟିତ ହେବେ।

ମିଥୁନ : ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

କର୍କଟ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ବିଭାଗୀୟ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଜ୍ୟୋତିଷ ଶାସ୍ତ୍ରରେ ରୁଚି ରହିବ।

ସିଂହ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ-ସଦ୍ଦିଚ୍ଛା ଭାବ ରହିବ। ସୁଖୀ ହେବେ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ତୁଳା : ଈର୍ଷାଳୁ ସ୍ବଭାବର ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ଦେଖାଦେଇ ପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି।

ବିଛା :  ବନ୍ଧୁ ଓ ପ୍ରିୟଜନଙ୍କ ସହାୟତା ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ ହେବ।

ଧନୁ : ବାହ୍ୟ ଖର୍ଚ୍ଚ ନିୟନ୍ତ୍ରଣାଧୀନ ହେବ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବ୍ୟବସାୟ ଓ ବିଭିନ୍ନ ଦିଗରୁ ପ୍ରବାହିତ ହେବ।

କୁମ୍ଭ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କ୍ଷେତ ଉପରେ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।

ମୀନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

Comments are closed.