ସୋମବାର ରାଶିଫଳ (୧୩/୦୯/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Sep 13, 2021 Share ମେଷ : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରେ ଲାଭବାନ୍ ହୋଇପାରନ୍ତି। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ଶତ୍ରୁତା ବୃଦ୍ଧି ପାଇପାରେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସତର୍କତାର ଦିନ। ବୃଷ : ସୁଖଶାନ୍ତିରେ ଦିନଟିଏ ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ମିଥୁନ : ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ଆତ୍ମ ବଡ଼ିମା ଦେଖାଇପାରନ୍ତି। କର୍କଟ : ବାକ୍ ବିତଣ୍ଡାରେ ଭାଗନେଇ ପରେ ଅନୁତପ୍ତ ହେବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ । ବ୍ୟବସାୟାଦି ବିଭିନ୍ନ ସ୍ତରରୁ ଧନାଗମ ହେବ। ସିଂହ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିପାରେ। କନ୍ୟା : କାର୍ଯ୍ୟରେ ସଫଳତା ମିଳିବ। ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହୋଇପାରନ୍ତି। Related Posts ଘରଭଡା ବୁଝିବା ବାହାନାରେ ସୁନା ଚେନ୍… Jan 16, 2025 ଗହଣା ବ୍ୟବସାୟୀଙ୍କ ଠାରୁ ଲୁଟିନେଲେ ଦୁର୍ବୃତ୍ତ Jan 16, 2025 ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାହାଯ୍ୟ ମିଳିବ। ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ଧନାଗମ ହେବାର ସମ୍ଭାବନା ରହିଛି। ବିଛା : ନିର୍ଭରଶୀଳ ନ ହୋଇ ସ୍ବାଧୀନ ଚିନ୍ତାଧାରାରେ କାର୍ଯ୍ୟ କରିଚାଲିବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ମାଲିମୋକଦ୍ଦମାରେ ଜିଣିବା ସହ ଧନ ଲାଭ କରିପାରନ୍ତି। ଧନୁ : ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ; ମାତ୍ର କାର୍ଯ୍ୟକୁ ଆଗକୁ ବଢ଼ାଇବା କଷ୍ଟସାଧ୍ୟ ହେବ। ମଧୁର କଥାରେ ପରକୁ ଆପଣାର କରିବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ମକର : କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଅର୍ଥପ୍ରାପ୍ତି ସହ ସମ୍ମାନିତ ହେବାର ସମ୍ଭାବନା ରହିଛି । କୁମ୍ଭ : ସୁଖସମ୍ମାନ ଲାଭ କରିପାରନ୍ତି। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ମିଳିବ। ମୀନ : ମନରେ ଭକ୍ତିଭାବ ରହିବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ହେବେ। ବିଳାସୀ ହେବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। Horoscope 13th Sept. 2021odia news Share FacebookTwitterWhatsApp
Comments are closed.