www.samajalive.in
Wednesday, December 10, 2025
16.1 C
Bhubaneswar

ମଙ୍ଗଳବାର ରାଶିଫଳ (୧୪/୦୯/୨୦୨୧)

ମେଷ :  ଧର୍ମକାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। କ୍ଷମତାଶାଳୀ ହୋଇପାରନ୍ତି। ଲୋକସମ୍ପର୍କ ବୃଦ୍ଧି ହେବ। ଭାଗ୍ୟର ପରିବର୍ତ୍ତନ ଘଟିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତିରେ ଅବନତି ଘଟିପାରେ। ବାଧା-ବିଘ୍ନକୁ ଏଡ଼ାଇ ଯଶ ଅର୍ଜନ କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଆଜି ସତର୍କତାର ଦିନ।

ମିଥୁନ : ଧୈର୍ଯ୍ୟବାନ୍‌ ହେବେ। ସୁଖକର ଘଟଣାମାନ ଘଟିବ। କର୍ମରେ ସଫତଳା ମିଳିବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ। 

କର୍କଟ : ଲକ୍ଷ୍ୟଭ୍ରଷ୍ଟ ହେବେ ନାହିଁ। ଶତ୍ରୁକୁ ପରାଜିତ କରି ଆଶ୍ବସ୍ତ ହେବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ। ନିଜ ଘରେ ଶୁଭକାର୍ଯ୍ୟ କରିବେ। କରଜ ସୁଝିପାରନ୍ତି।

ସିଂହ : ଜ୍ଞାନଗରିମାଯୁକ୍ତ ହେବେ। ବିଭିନ୍ନ ସୂତ୍ରରୁ ପ୍ରଚୁର ପରିମାଣର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ତେଜୀୟାନ୍‌ ହୋଇପାରନ୍ତି। କନ୍ୟା ସନ୍ତାନ ଦ୍ବାରା ଉପକୃତ ହୋଇପାରନ୍ତି।

କନ୍ୟା : ପରିଶ୍ରମର ମୂଲ୍ୟ ମିଳିବ। ଶତ୍ରୁ ନାଶ, ଧନ ଭୋଗ ଓ ଐଶ୍ବର୍ଯ୍ୟପ୍ରାପ୍ତିର ସୁଯୋଗ ଅଛି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ଯାନବାହନ ସୁଖ ମିଳିପାରେ।

ତୁଳା : କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ବାତବାରଣ ଅନୁକୂଳ ଅଛି। ଠାକୁରଙ୍କ ଦର୍ଶନ ଲାଭ କରିପାରନ୍ତି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଭୋଗୀପାରନ୍ତି।

ବିଛା : ତ୍ୟାଗଶୀଳ ହୋଇପାରନ୍ତି। ନୀତିନିଷ୍ଠ ବ୍ୟକ୍ତିଭାବେ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ମିଳିବ। ବିବିଧ ଧନଯୁକ୍ତ ହୋଇପାରନ୍ତି। ଚଞ୍ଚଳମନା, ହୃଷ୍ଟଚିତ୍ତ, ଅତି ସୁଖୀ, ସହିଷ୍ଣୁ ଓ କୀର୍ତ୍ତିମାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ଧନୁ : ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

ମକର : ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। କାର୍ଯ୍ୟରେ ବିଘ୍ନ ଉପୁଜିପାରେ। ଯାତ୍ରା ଶୁଭଦାୟକ ହେବ। ମଧୁର କଥାରେ ଶତ୍ରୁକୁ ବଶ କରିପାରନ୍ତି।

କୁମ୍ଭ : ସୁସମ୍ବାଦ ଶୁଣି ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତ ହେବେ।

ମୀନ : ଶୁଭଖବର ମିଳିବ। କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଯଶସ୍ବୀ ହୋଇପାରନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories