www.samajalive.in
Tuesday, December 9, 2025
16.1 C
Bhubaneswar

ସୋମବାର ରାଶିଫଳ (୧୫/୦୩/୨୦୨୧)

ମେଷ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଥଣ୍ଡା କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ରାଜଯୋଗ ଭୋଗ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି।

ବୃଷ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

ମିଥୁନ: ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।

କର୍କଟ: କାର୍ଯ୍ୟରେ ସଫଳତା ଲାଭ କରିବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିବାର ସୂଚନା ମିଳୁଛି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ପ୍ରତିହିଂସା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ନ କରିବା ଭଲ। ଯାନବାହନରେ ସତର୍କ ହେବେ।

କନ୍ୟା: ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିୟୋଜିତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଆପଣଙ୍କ ଭବିଷ୍ୟତ ପାଇଁ ଉପାଦେୟ ହେବ।

ତୁଳା: ପ୍ରୀତି ଲାଭ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳଶାଳୀ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉତ୍କଷ୍ଟ ଧରଣର କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦିି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ଧନୁ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିିପାରନ୍ତି। କୃଷିରୁ ଲାଭ ମିଳିବ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।

ମକର: ମନରେ ପ୍ରସନ୍ନତା ଭାବ ଉପୁଜିପାରେ। ଆସ୍ତିକ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫଜନିତ ସାମାନ୍ୟ କଷ୍ଟଭୋଗ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର ମିଳିବ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ଦାମ୍ପତ୍ୟ ସୁଖ ମିଳିପାରେ।

ମୀନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories