www.samajalive.in
Tuesday, December 9, 2025
16.1 C
Bhubaneswar

ଗୁରୁବାର ରାଶିଫଳ (୧୬.୦୨.୨୦୨୩)

ମେଷ : ଭାଗ୍ୟଶାଳୀ ହେବେ। ଭୋଗୀ ହେବେ। ବିଳାସ ବ୍ୟସନ କରିପାରନ୍ତି। ଆଜି ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ ଆଜି।

ମିଥୁନ : ଉତ୍ସର୍ଗୀକୃତ ମନୋଭାବ ନେଇ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ମନରେ ଥିବା ଅହଂଭାବକୁ ସମର୍ପି ଦେବେ।

କର୍କଟ : ଆୟୁଷ୍ମାନ୍‌ ହେବେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାଭାଜନ ହେବେ। ସରକାରଙ୍କ ବିରୋଧୀ ହୋଇପାରନ୍ତି।

ସିଂହ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବାର ସୂଚନା ମିଳୁଛି। ଲଟେରି ଉଠାଣ ସପକ୍ଷରେ ଯାଇପାରେ।

କନ୍ୟା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସଞ୍ଚାୟ ବଢ଼ାଇବେ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।

ତୁଳା :  ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା କୋମଳ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ଥଣ୍ଡାକଫଜନିତ କ୍ଳେଶ ଅନୁଭବ କରିପାରନ୍ତି। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ।

ବିଛା : ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ୍‌ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ଧନୁ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମକର : ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି । ଏକାନ୍ତରେ ସାଧନାରତ ହୋଇ ସିଦ୍ଧିପ୍ରାପ୍ତର ଆଶାପୋଷଣ କରିବେ। ଧାର୍ମିକ ପ୍ରକୃତିର ହେବେ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି।

କୁମ୍ଭ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଦୈବୀ ଶକ୍ତିସମ୍ପନ୍ନା କନ୍ୟା ପାଇଁ ଗର୍ବିତ ହେବେ। ବହୁବିଦ୍ୟାରେ ଜ୍ଞାନୀ ହେବେ।

ମୀନ : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ପ୍ରଫୁଲ୍ଲିତ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories