ଗୁରୁବାର ରାଶିଫଳ (୧୬.୦୩.୨୦୨୩)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ : ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରି ଶତ୍ରୁମାନଙ୍କ ପ୍ରତି ସତର୍କ ରହିବାକୁ ପଡ଼ିବ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ।

ମିଥୁନ : ଜଣେ ସମାଜସେବୀ ଭାବେ ନିଜର କର୍ମ ନିପୁଣତାର ପରିପ୍ରକାଶ ଘଟାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ବ୍ୟବସାୟ ଲାଭଜନକ ହେବ। ମନରେ ଥିବା ଅହଂଭାବକୁ ବିସର୍ଜିତ କରିପାରନ୍ତି। ପତ୍ନୀଙ୍କ ବୋଲ ମାନିବେ।

କର୍କଟ : ବଦଖର୍ଚ୍ଚ ରୋକିବାକୁ ମାନସିକ ସ୍ତରରେ ପ୍ରସ୍ତୁତି ଚଳାଇ କୃତକାର୍ଯ୍ୟ ହେବେ। ଭ୍ରାତୃଭାବ ଅତୁଟ ରହିବ। ଆୟୁଷ୍ମାନ ହେବେ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସ୍ବନାମଧନ୍ୟ ହେବେ।

ସିଂହ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ।

କନ୍ୟା : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ଓ ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃ​‌ଷି କର୍ମକାରୀ ହୋଇପାରନ୍ତି। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ। ଯାନବାହନ ସୁଖ ମିଳିବ।

ତୁଳା : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ।

ବିଛା : ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବ୍ୟବସାୟରୁ ଅଧିକ ଲାଭ ପ୍ରାପ୍ତିର ସୂଚନା ମିଳୁଛି।

ଧନୁ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶକ୍ତିମାନ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ। କରିତ୍‌କର୍ମା ହେବେ।

ମକର : କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହେଲେ ବହୁ ଶୁଭଫଳ ପ୍ରାପ୍ତ ହେବେ। ଭାଷା ସ୍ନେହ, ସୌହାର୍ଦ୍ଦ୍ୟପୂର୍ଣ୍ଣ ହେବ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି। ବହୁ ବ୍ୟୟୀ ହେବେ।

କୁମ୍ଭ : ଆୟୁଷ୍ମାନ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ସର୍ବତ୍ର ବିଜୟୀ ହେବେ।

ମୀନ : ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ର ଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ଅସାଧ୍ୟ ସାଧନ କରିବେ।

Comments are closed.