ଗୁରୁବାର ରାଶିଫଳ (୧୭.୦୮.୨୦୨୩)

ମେଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଲାଳସା ରହିବ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ବୃଷ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଜଳଯାତ୍ରା କଲେ ବିପଦର ସମ୍ମୁଖୀନ ହୋଇପାରନ୍ତି। ନୂତନ ଯାନବାହନ ସୁଖ ମିଳିପାରେ।

ମିଥୁନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ଧାର୍ମିକ ହେବେ।

କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ।

ସିଂହ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ହୋଇପାରେ।

କନ୍ୟା : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଭୋଗ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର ବାକ୍ୟ ବିନିମୟରେ ପରକୁ ଆପଣାର କରିବେ। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

prayash

ତୁଳା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ବିଛା : ମନ ପ୍ରସନ୍ନ ରହିବ। କୁଳ ଉଦ୍ଧାରକାରକ ହେବେ। ଆୟୁଷ୍ମାନ୍‌ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଗର୍ବିତ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସରସ ସୁନ୍ଦର ହେବ। ଉଦ୍ୟୋଗ ହେବେ।

ମକର : ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତା ବାଚାଳକ ସଦୃଶ ହେଉଥିବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାରାଦିନ ସତର୍କରେ ଚଳିବେ।

କୁମ୍ଭ : ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମହିଳାମାନଙ୍କୁ ଅଗ୍ରାଧିକାର ଦେବେ।

ମୀନ : ଆୟକୁ ଆକଳନ କରି ବ୍ୟୟର ମାତ୍ରାକୁ ହ୍ରାସ କରିପାରନ୍ତି। ଭ୍ରାତୃ ସ୍ନେହରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଆୟୁଷ୍ମାନ୍‌ ହେବେ। ଚତୁର ଓ ଶତ୍ରୁବିନାଶକାରୀ ହେବେ। ପୁରୁଣା ବିବାଦର ସମାଧାନ ହେବ।

Comments are closed.