www.samajalive.in
Sunday, December 7, 2025
26.1 C
Bhubaneswar

ଶୁକ୍ରବାର ରାଶିଫଳ (୧୭/୧୨/୨୦୨୧)

ମେଷ : ଭାଗ୍ୟଶାଳୀ ହୋଇପାରନ୍ତି। ସ୍ବାତନ୍ତ୍ର୍ୟ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଧନାଗମ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

 ବୃଷ : ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମା ଜିଣିବେ। ଧନଲାଭ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।

ମିଥୁନ : କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ରକ୍ଷା ପାଇଁ ବ୍ୟୟଭାର ବଢ଼ିଯାଇପାରେ। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିବେ।

କର୍କଟ : ବିଭିନ୍ନ ସୂତ୍ରରୁ ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ଲାଭ ହେବ।

ସିଂହ : କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କନ୍ୟା : ଭାଗ୍ୟଶାଳୀ ହୋଇପାରନ୍ତି। ଆରାମଦାୟକ ଜୀବନ-ଯାପନ କରିପାରନ୍ତି। ସମୃଦ୍ଧିର ମୂଳଦୁଆ ପଡ଼ିବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ବିଛା : ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବେଳେବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।

ଧନୁ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ ସମ୍ମାନ ଲାଭ କରିବେ।

ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

କୁମ୍ଭ : ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମୀନ : ନେତୃସ୍ଥାନୀୟ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories