ମଙ୍ଗଳବାର ରାଶିଫଳ (୧୮ ଜୁଲାଇ ୨୦୨୩)

ମେଷ :  ଉଦାରଚରିତ ସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତସମ୍ପନ୍ନ ହେବେ। ଆୟୁଷ୍ମାନ୍‌ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ ହେବେ।

ବୃଷ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।

କର୍କଟ : ଐଶ୍ବର୍ଯ୍ୟା ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁମିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନସମ୍ପଦ ଭରପୂର ରହିବ।

ସିଂହ : କର୍ମଚଞ୍ଚଳ ରହିବେ। ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ତପ ସାଧନା ଫଳବତୀ ହେବ। ରାଜଯୋଗ ଅଛି। ବିଶାଳ ଯଶର ଅଧିକାରୀ ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।

କନ୍ୟା : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନକରି ପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ତୁଳା : ମନ ପ୍ରସନ୍ନ ରହିବ। କୂଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ବିଛା : ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସୂତ୍ରରୁ ଅର୍ଥ ମିଳିବ।

ଧନୁ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସର୍ଦି ଓ କଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି।

ମକର : ବନ୍ଧୁମିଳନ ଘଟିବାର ସମ୍ଭାବନା ଅଛି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭପଦ ହେବ। ସ୍ବକର୍ମ ପାଇଁ ମନରେ ଅହଂଭାବଜାତ ହୋଇପାରେ। ଧୈର୍ଯ୍ୟବାନ୍‌ ହେବେ।

କୁମ୍ଭ : ଅବସ୍ଥା ଦେଖି ବ୍ୟବସ୍ଥା ସ୍ବରୂପ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ଶରୀର ସୁସ୍ଥ ରହିବ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଜଣେ କର୍ମଠ କର୍ମଚାରୀଭାବେ ପ୍ରଶଂସା ପାଇବେ।

ମୀନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ

Comments are closed.