ଶନିବାର ରାଶିଫଳ (୧୯/୧୧/୨୦୨୨)

ମେଷ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ବୃଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ତେଜସ୍ବୀ ହେବେ।

ମିଥୁନ : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କର୍କଟ : ଆତ୍ମବିଶ୍ବାସୀ ହେବେ। ମନପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ ଓ ବିଦ୍ବାନ୍‌ ହେବେ।

ସିଂହ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବାର ସୂଚନା ମିଳୁଛି। ମିତ୍ର ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କନ୍ୟା : ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାର ବିଚାର ସପକ୍ଷରେ ଯିବ। ଧନଲାଭର ସୁଯୋଗ ଅଛି। ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

prayash

ତୁଳା : ଥଣ୍ଡାକଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ହେବେ। ଏକାନ୍ତରେ ସାଧନା ଫଳବତୀ ହେବ। ମଧୁର ଭାଷାରେ ପରକୁ ଆପଣାର କରିବେ। ରାଜଯୋଗ ପ୍ରାପ୍ତ ହେବେ।

ବିଛା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ। ବହୁ ବିଦ୍ୟାରେ ଜ୍ଞାନୀ ଓ କରିତ୍‌କର୍ମା ହେବେ।

ଧନୁ : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ।

କୁମ୍ଭ : କ୍ରୋଧ ସମ୍ବରଣ କରିବାକୁ ପଡ଼ିବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଜଳଯାତ୍ରାରେ ବିପଦ ଅଛି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ମୀନ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

Comments are closed.