ଗୁରୁବାର ରାଶିଫଳ (୨୦.୦୪.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Apr 20, 2023 Share ମେଷ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଧନବାନ୍ ହେବେ। ଅପାର ଗୁଣର ଅଧିକାରୀ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ବିଦ୍ବାନ୍ ଓ ଶାସ୍ତ୍ରଜ୍ଞ ହେବେ। ବୃଷ : ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ସ୍ନେହପୂର୍ଣ୍ଣ କଥାରେ ପରକୁ ଆପଣାର କରିପାରନ୍ତି। ନିରୋଳାରେ କିଛି ସମୟ ବିତାଇ ପାରନ୍ତି। ଖର୍ଚ୍ଚାନ୍ତ ଯୋଗ ଅଛି। ମିଥୁନ : ଆୟୁଷ୍ମାନ୍ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନ ପ୍ରାପ୍ତିର ସୂଚନା ମିଳୁଛି। ପତ୍ନୀ ଗୃହଭାର ସମ୍ଭାଳିବେ। କର୍କଟ : ମନ ପ୍ରସନ୍ନ ରହିବ। କୁଳପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ। ସିଂହ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। କନ୍ୟା : ପରିସ୍ଥିତି ଆପଣଙ୍କୁ ଈର୍ଷା ପରାୟଣ କରି ଦେଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁ ବଳବାନ୍ ଥାଇବି ଆପଣଙ୍କ କ୍ଷତି ଘଟାଇବା ସମ୍ଭବପର ନୁହେଁ। Related Posts ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ଓଡ଼ିଆ ଭାଷା,… Jan 10, 2025 ଓଡ଼ିଆ ଲେଖିପଢି ଜାଣି ନ ଥିବା ସରପଞ୍ଚ ଲକ୍ଷ୍ମୀ… Jan 10, 2025 ତୁଳା : ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ। ବିଛା : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ପରିସ୍ଥିତିକୁ ଆକଳନ କରି ଗୃହଖର୍ଚ୍ଚକୁ ସୀମିତ କରିବେ। ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଶିକ୍ଷିତା ପତ୍ନୀ କାର୍ଯ୍ୟରେ ସଯୋଗ କରିବେ। ମକର : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଦାନୀ ହେବେ। କୁମ୍ଭ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍ ହେବେ। ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ। Share FacebookTwitterWhatsApp
Comments are closed.