ସୋମବାର ରାଶିଫଳ (୨୦.୦୩.୨୦୨୩)

ମେଷ :  ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ବୃଷ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛାଭାବ ରହିବ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପତ୍ନୀ ସୁଶୀଳା ହେବେ।

କର୍କଟ : ପ୍ରତିରୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତାଭାବ ପ୍ରକାଶିତ ହୋଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ।

ସିଂହ : ବନ୍ଧୁ ମିଳନରେ ଉପକୃତ ହୋଇପାରନ୍ତି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଭଲରେ ଚାଲିବ। ନିଜ କାର୍ଯ୍ୟ ପାଇଁ ଗର୍ବ ଅନୁଭବ କରିବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା : ପରିସ୍ଥିତିକୁ ଦୃଷ୍ଟିରେ ରଖି ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ।

ବିଛା : ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଯଶସ୍ବୀ ଓ କୀର୍ତ୍ତିମାନ୍‌ ହେବେ। ଜଳଯାତ୍ରା ନ କରିବା ଭଲ।

ଧନୁ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

ମକର : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ। ବ୍ୟବସାୟରୁ ଧନଲାଭ ହେବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ : ଥଣ୍ଡାକଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତରେ ତପ ସାଧନା କରି କୃତକାର୍ଯ୍ୟ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।

Comments are closed.