www.samajalive.in
Tuesday, December 9, 2025
17.1 C
Bhubaneswar

ସୋମବାର ରାଶିଫଳ(୨୦/୦୯/୨୦୨୧)

ମେଷ : ଆୟ ଆଶାନୁରୂପ ହେବ। କର୍ମଚଞ୍ଚଳ ରହିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। 

ବୃଷ : କର୍ମ ତତ୍ପରତା ପ୍ରକାଶ ପାଇବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ମିଥୁନ : ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିରେ ଦିନଟି ଅତିବାହିତ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ : ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧନ-ଜନ ଶକ୍ତିସମ୍ପନ୍ନ ହୋଇପାରନ୍ତି। ଉଚ୍ଚକୋଟୀର ପରାମର୍ଶଦାତା ହୋଇପାରନ୍ତି। ବୀରମାନଙ୍କ ଅଗ୍ରଗଣ୍ୟ ହୋଇପାରନ୍ତି।

ସିଂହ : ଦିନଟି ସୁଖ-ସନ୍ତୋଷଜନକ ହେବ। ବ୍ୟବସାୟ ଲାଭଜନକ ହେବ। ପରୋପକାର ଓ ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

କନ୍ୟା : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‌ ଓ ଶତ୍ରୁହନ୍ତା ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଚାକିରି କ୍ଷେତ୍ରରେ ଉଚ୍ଚ ବର୍ଗ ପକ୍ଷଙ୍କ ପ୍ରିୟଭାଜନ ହେବେ। ମାନସିକ ଶାନ୍ତି ମିଳିବ।

ତୁଳା : ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଦଳ ପ୍ରତି ଆଦର, ସମ୍ମାନ ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି।

ଧନୁ : କର୍ମଚଞ୍ଚଳ ରହିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବ୍ୟକ୍ତିତ୍ବ ଓ ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ।

କୁମ୍ଭ : ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନପ୍ରାପ୍ତିର ସୁଯୋଗ ଅଛି। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ : କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେଇ ପାରେ। ଦୁଃଖୀରଙ୍କୀଙ୍କ ପାଇଁ ଧନ ବ୍ୟୟ କରିପାରନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories