www.samajalive.in
Tuesday, December 9, 2025
17.1 C
Bhubaneswar

ଆଜିର ରାଶିଫଳ (ବୁଧବାର) ୨୨/୦୬/୨୦୨୨

ମେଷ: କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ଚତୁର୍ବେଦର ସାର ଓଁକାରରେ ଧ୍ୟାନମଗ୍ନ ହୋଇପାରନ୍ତି। ରାଜଯୋଗ ଥିବାରୁ ଅସାଧାରଣ ହେବା ଆଶା କରାଯାଏ। ଚତୁର ଓ ଧାର୍ମିକ ପ୍ରବୃତ୍ତିର ହେବେ।

ବୃଷ: ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। କରିତ୍‌କର୍ମା ବ୍ୟକ୍ତିଭାବେ ପ୍ରତିଷ୍ଠା ଲାଭ କରିବେ। ସରକାରୀ ସ୍ତରରୁ ଆର୍ଥିକ ଅନୁଦାନ ମିଳିବ।

- Advertisement -

ମିଥୁନ: ଜ୍ଞାନର ପ୍ରଦୀପ ପ୍ରଜ୍ବଳନକରି ଗତିପଥକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଅକ୍ଷୟ ଯଶ ଅର୍ଜନ କରିପାରନ୍ତି।

କର୍କଟ: ଭାଗ୍ୟଲକ୍ଷ୍ମୀ ବରଦାୟିକା ଅଛନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ବ୍ୟବହାରରେ ନମ୍ରତା ଓ ଶାଳୀନତା ଆପଣଙ୍କୁ ମହାନ୍‌ କରିପାରେ। ଉଦ୍ୟୋଗୀ ହେବେ।

ସିଂହ: ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। କାୟ ମନୋବାକ୍ୟରେ ଧର୍ମ ଆଚରଣ କରିପାରନ୍ତି। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।

କନ୍ୟା: ପବିତ୍ର ଭାବନା ନେଇ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ମନରେ ଉଦୟ ହୋଇଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ।

ତୁଳା: ବଦଖର୍ଚ୍ଚକୁ ରୋକିବାକୁ ଉଦ୍ୟମ ଚଳାଇ ପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ବିଭୁଦତ୍ତ ପ୍ରତିଭା ସମ୍ପନ୍ନ ହେବେ। ଚାକିରିରେ ସ୍ବନାମଧନ୍ୟ ହେବେ।

ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହେବ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କୌଶଳୀ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

ଧନୁ: ଧର୍ମୀୟ ବିଚାରରେ ଉଦାର ସ୍ବଭାବର ହେବେ। ଦାନ-ଧର୍ମକୁ ଦୀକ୍ଷା ଭାବେ ଗ୍ରହଣ କରିବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷକମାନଙ୍କର ପ୍ରେରଣାର ଉତ୍ସ ହେବେ। ବୁଦ୍ଧିମାନ ହେବେ।

ମକର: ମନ ପ୍ରସନ୍ନ ରହିବ। ସଦ୍‌ଗୁଣ ସମ୍ପନ୍ନ ହେବେ। ଧର୍ମ ଆଚରଣ କରିପାରନ୍ତି। ଈଶ୍ବରୀୟ ଚେତନାକୁ ପାଥେୟ କରି ମନରେ ଧ୍ୟାନର ଦୀପ ଜଳାଇବାକୁ ପଡ଼ିବ। ପ୍ରେମୀ ଓ ସାହସୀ ହେବେ। ସତ୍‌ସଙ୍ଗୀ ହେବେ।

କୁମ୍ଭ: ଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେ​‌େ​‌ବ। ରଚନା ପ୍ରାଣସ୍ପର୍ଶୀ ହୋଇପାରେ। ବିଦ୍ୟାପ୍ରେମୀ ହେବେ। ବାକ୍‌ ସଂଯମତା ପ୍ରାଣଶକ୍ତି ଓ ସ୍ମରଣ ଶକ୍ତିକୁ ଉଦ୍‌ଜୀବିତ କରି ରଖିବ।

ମୀନ: ସତ୍ୟପ୍ରଜ୍ଞ ହୋଇପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାର ବିଚାରଧାରା ସପକ୍ଷରେ ଯାଇପାରେ। ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories