ଶନିବାର ରାଶିଫଳ (୨୨.୦୭.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Jul 22, 2023 Share ମେଷ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ପ୍ରାପ୍ତି ହୋଇପାରେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ବୃଷ : ଉଦାର ଚରିତ ସମ୍ପନ୍ନ ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିବ। ବୁଦ୍ଧିମାନ୍ ହେବେ। ମିଥୁନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ହେବେ। କର୍କଟ : ସୌଭାଗ୍ୟଶାଳୀ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ। ସୁସ୍ଥ ଓ ନିରାମୟ ରହିବେ। ସିଂହ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ସୈନିକମାନେ ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିବେ। ଧନସମ୍ପଦ ଭରପୂର ରହିବ। ସୁସ୍ବାଦୁ ଭୋଜନ ମିଳିବ। କନ୍ୟା : କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଭାଷାରେ ପରକୁ ଆପଣାର କରିବାର କଳା ଆପଣଙ୍କଠାରେ ରହିଛି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। Related Posts ରବୀନ୍ଦ୍ର ମଣ୍ଡପରେ ଉଦଘାଟିତ ହେଲା… Jan 8, 2025 ରାଜଧାନୀରେ ଆରମ୍ଭ ହେଲା ମୁକ୍ତେଶ୍ୱର ନୃତ୍ୟ… Jan 8, 2025 ତୁଳା : ଆୟୁଷ୍ମାନ୍ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। କରିତ୍କର୍ମା ହେବେ। ବିଛା : କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। କର୍ମଠ ହେବେ। ଧନୁ : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସାମୟିକ ଭୋଗବିଳାସ କରିପାରନ୍ତି। ମକର : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ବିପଦର ସମ୍ମୁଖୀନ ହୋଇପାରନ୍ତି। କୁମ୍ଭ : ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି। ସମ୍ବେଦନା ସହିତ ଯୋଡ଼ି ହୋଇ ସେବାର ସାର୍ଥକତା ଉପଲବ୍ଧି କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ଧର୍ମକୁ ଜୀବନର ଆଧାର କରିପାରନ୍ତି। ମୀନ : ଭ୍ରାତୃଭାବ ଅତୁଟ ରହିବ। ଆୟକୁ ଦୃଷ୍ଟିରେ ରଖି ବ୍ୟୟକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। Share FacebookTwitterWhatsApp
Comments are closed.