www.samajalive.in
Monday, December 8, 2025
13.1 C
Bhubaneswar

ସୋମବାର ରାଶିଫଳ (୨୨। ୬।୨୦୨୦)

ମେଷ: ମନ ପ୍ରସନ୍ନ ରହିିବ। ମଧୁରଭାଷୀ ହୋଇପାରନ୍ତି। ଆସ୍ତିକ ଓ ମେଳାପୀ ପ୍ରକୃତିର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ବନ୍ଧୁ ପ୍ରେମୀ, ଧାର୍ମିକ ଓ ବିଦ୍ୱାନ୍‍ ହେବେ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।

ବୃଷ: ବୃଦ୍ଧିବଳରେ ଉନ୍ନୟନ କାର୍ଯ୍ୟ ହାତକୁ ଆଣିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟବସାୟରୁ ଅଧିକ ଧନଲାଭ ହେବ। ଶିଳ୍ପ କ୍ଷେତ୍ରରେ ନିଜର ଅଭିଜ୍ଞତାକୁ କାର୍ଯ୍ୟରେ ପ୍ରୟୋଗ କରିବେ। ସୁଖୀ ହେବେ।

- Advertisement -

ମିଥୁନ: ତରବର ନ ହୋଇ ଅପେକ୍ଷାରତ ହେଲେ କାର୍ଯ୍ୟରେ ସଫଳ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ଚଞ୍ଚଳମନା ହେବେ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବାରେ ସକ୍ଷମ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।

ସିଂହ: ସଫଳତା ଲାଭ କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

କନ୍ୟା: ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ବିଭାଗୀୟ କୃପାଲାଭ କରିବେ। ଯଶସ୍ୱୀ ହେବେ। ଘାତଚନ୍ଦ୍ର ଯୋଗୁଁ ସତର୍କ ହେବେ।

ତୁଳା: ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହୋଇପାରେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବହୁ ସୁଖର ଅଧିକାରୀ ହେବେ। ଧର୍ମାତ୍ମା, ବିଦ୍ୱାନ୍‍ ଓ ସମ୍ପତ୍ତିଯୁକ୍ତ ହେବେ।

ବିଛା: ମିଳିଥିବା ସୁଯୋଗକୁ ହାତଛଡ଼ା ନ କରିବା ଭଲ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ଧନୁ: ବନ୍ଧୁ-ସହୋଦରଙ୍କ ଠାରୁ ସହାୟତା ମିଳିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟର ସହ କାର୍ଯ୍ୟ କରି ସଫଳତା ଲାଭ କରିବେ। ପତ୍ନୀ ଉପଦେଷ୍ଟା ହେବେ।

ମକର: ଆଶା କରୁଥିବା କାର୍ଯ୍ୟଟି ହାତକୁ ଆସିପାରେ। ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ।

କୁମ୍ଭ: ନିଜର ଦାୟିତ୍ୱ ପାଇଁ ବ୍ୟଗ୍ର ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବିଭିନ୍ନ ଦିଗରୁ ସହାୟତା ମିଳିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ।

ମୀନ: ଉଦାର ପ୍ରକୃତିର ହେବେ। ଦାନ-ଧର୍ମକୁ ଆଦରି ନେଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories