www.samajalive.in
Sunday, December 7, 2025
16.1 C
Bhubaneswar

ସୋମବାର ରାଶିଫଳ (୨୨/୧୧/୨୦୨୧)

ମେ​ଷ :​‌  ଆଶାବାଦୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର କଥାରେ ଜନ-ମନ ତୋଷ କରିବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ। ସର୍ବତ୍ର ବିଜୟୀ ହେବେ। ସୁସ୍ଥ ଓ ନିରାମୟ ରହିବେ।

ବୃଷ : ଉଚ୍ଚ ଆଶା ଫଳବତୀ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସହନଶୀଳ ହେବେ। ମିତ୍ରଙ୍କ ସହାୟତା ମିଳିବ।

ମିଥୁନ : ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୁଯୋଗ ଅଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣକ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

କର୍କଟ :  କର୍ମଚଞ୍ଚଳ ରହିବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଧର୍ମମାର୍ଗରେ ଅକୁଣ୍ଠିତ ଚିତ୍ତରେ ଅଧିକ ଧନ ବ୍ୟୟ କରିବେ। ଏକାନ୍ତ ପ୍ରିୟ ହେବେ। ମଧୁର କଥାରେ ଶତ୍ରୁ ବଶ କରିବେ।

ସିଂହ : କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବାର ସମ୍ଭାବନା ରହିଛି।

କନ୍ୟା : କାର୍ଯ୍ୟ ଉତ୍ସାହଜନକ ହେବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ମନରେ ଅସନ୍ତୋଷ ଦେଖା ଦେଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ଧନୁ : ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ବନ୍ଧୁ ସହାୟତା ମିଳିବ। ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର : ପରଚର୍ଚ୍ଚାରୁ ବିରତ ନ ହେଲେ ମାନ୍ୟତା ହ୍ରାସ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରିରେ ପ୍ରଶଂସା ମିଳିବ।

କୁମ୍ଭ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଅଧ୍ୟୟନ, ଅଧ୍ୟାପନା, ଯଜନ, ଯାଜନ, ଦାନ ଓ ପରିଗ୍ରହ ରତ ହେବେ।

ମୀନ : ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମ ଉପରେ ଅଧିକ ଗୁରୁତ୍ବ ଦେଇପାରନ୍ତି। ଦଳ ପ୍ରତି ଆଦର, ସମ୍ମାନ ବୃଦ୍ଧି ହେବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories