www.samajalive.in
Sunday, December 7, 2025
13.1 C
Bhubaneswar

ମଙ୍ଗଳବାର ରାଶିଫଳ(୨୨/୦୯/୨୦୨୦)

ମେଷ : ଅର୍ଥ ପ୍ରାପ୍ତ ହେବେ ; ମାତ୍ର ବହୁ କଷ୍ଟରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଦେବପୂଜା ନିରତ ହୋଇପାରନ୍ତି। ସୁଗୁଣ ସମ୍ପନ୍ନ ହେବେ। ଯାନବାହନ ଚଳାଚଳରେ ସତର୍କ ରହିବେ। ପତ୍ନୀଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ।

ବୃଷ: ସୁଖୀ ହେବେ। ସମ୍ମାନିତ ହୋଇପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି।

ମିଥୁନ: ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।

କର୍କଟ: ଅଧ୍ୟାପନା ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ହଠାତ୍‍ କିଛି ଅର୍ଥ ମିଳିପାରେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ।

ସିଂହ: ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହୋଇପାରେ। ପରିଶ୍ରମ ଯେତେ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। ସାହସୀ ହେବେ। କୁଶଳୀ ହେବେ। ବାଞ୍ଛିତ କାର୍ଯ୍ୟ କରିପାରନ୍ତି। ଯାନବାହନ ସୁଖ ମିଳିବ। ଗୃହ ପରିବେଶ ଉତ୍ତମ ହେବ।

କନ୍ୟା: ଶ୍ରମ ସାର୍ଥକ ହେବ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ଅଶାନ୍ତିର ମାତ୍ରା ହ୍ରାସ ହେବ। ସରକାରୀ ସ୍ତରରୁ ଲାଭ ମିଳିବ। ବିବାଦୀୟ ପ୍ରତିଯୋଗିତାରେ ବିଜୟୀ ହେବେ।

ତୁଳା: ଲୋକ ସଂପର୍କ ବୃଦ୍ଧି ପାଇବ। ଶାନ୍ତ ଓ ନିପୁଣ ହେବେ। ମେଧାବୀ ହୋଇପାରନ୍ତି। ବିଦ୍ୱାନ୍‍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ। ଜିତେନ୍ଦ୍ରିୟ ହୋଇପାରନ୍ତି। ଧନାଗମ ହେବା ଆଶା କରାଯାଏ। ଦୟାଳୁ ସ୍ୱଭାବର ହେବେ।

ବିଛା: କାର୍ଯ୍ୟ ମଙ୍ଗଳମୟ ହୋଇପାରେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ହେବ; ମାତ୍ର ସ୍ୱଳ୍ପ ପରିମାଣର। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ରୋଜଗାରର ମାର୍ଗ ଉନ୍ମୁକ୍ତ ହୋଇପାରେ।

ଧନୁ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ନାନାଦି ଘଟଣାରେ ଅଧିକ ବ୍ୟୟ ହୋଇପାରେ। ମଧୁରଭାଷା ଯୋଗୁଁ ଲୋକପ୍ରିୟ ହୋଇପାରନ୍ତି। ବନ୍ଧୁ ଭିତିରି ବିରୋଧ କରିପାରନ୍ତି। କର୍ମଚଞ୍ଚଳ ରହିବେ। ନିରାଡାମ୍ବର ରହିବେ।

ମକର: ମନ ପ୍ରସନ୍ନ ରହିବ। ସୁ ସମ୍ବାଦ ପାଇ ଖୁସି ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମ୍ମାନିତ ହେବେ।

କୁମ୍ଭ: ଜନ ମଙ୍ଗଳ କାର୍ଯ୍ୟରେ ସଫଳତା ମିଳିବ। କର୍ତ୍ତବ୍ୟନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭାକର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

ମୀନ: ଅତ୍ୟଧିକ ପରିଶ୍ରମ ଯୋଗୁଁ ସାମୟିକ ଭାବେ ବିଶ୍ରାମ ନେବାକୁ ଇଚ୍ଛା କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। କ୍ଷମତାରେ ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରବଚନ ଶୁଣି ପାରନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories