www.samajalive.in
Monday, December 8, 2025
20.1 C
Bhubaneswar

ସୋମବାର ରାଶିଫଳ (୨୩/୦୮/୨୦୨୧)

ମେଷ : ଶୁଭ ଖବରଟିଏ ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି।

ବୃଷ : ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ସୁସମ୍ବାଦ ଶୁଣି ଭାବବିହ୍ବଳ ହୋଇପାରନ୍ତି। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

ମିଥୁନ : କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅସୁସ୍ଥତା କଷ୍ଟଦାୟକ ହୋଇପାରେ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ସ୍ବାସ୍ଥ୍ୟ ପ୍ରତି ସଚେତନତା ଆବଶ୍ୟକ।

ସିଂହ : କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତନରୁ ପତ୍ନୀ ହିଁ ରକ୍ଷା କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ।

କନ୍ୟା : ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳଶାଳୀ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରିୟଭାଜନ ହେବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ବ୍ୟବସାୟାଦିରୁ ପ୍ରଚୁର ଧନଲାଭ ହେବ।

ବିଛା : ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କାର୍ଯ୍ୟ ଉପରେ ଗୁରୁତ୍ବ ଦେବେ। ଦଳ ପ୍ରତି ଆଦର, ସମ୍ମାନ ରହିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ଧନୁ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର ବଚନ କହି ସମସ୍ତଙ୍କୁ ନିଜର କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ପରୋପକାରୀ ଓ ଈଶ୍ବର ବିଶ୍ବାସୀ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ। ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି।

କୁମ୍ଭ : ସୁଖ-ସମ୍ମାନ ଲାଭ କରିପାରନ୍ତି। ଐଶ୍ବର୍ଯ୍ୟା ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରଣାଙ୍ଗନରେ ପାରଙ୍ଗମ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ରୁଚିକର ଭୋଜନ ମିଳିବ।

ମୀନ : ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ଚିନ୍ତାଶୀଳ ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories