ମଙ୍ଗଳବାର ରାଶିଫଳ (୨୩.୦୫.୨୦୨୩)

ମେଷ :  ଈଶ୍ବରଙ୍କ ଭକ୍ତି ଆପଣଙ୍କୁ ଶକ୍ତିସମ୍ପନ୍ନ କରିପାରେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ।

ବୃଷ : ସତ୍‌କର୍ମ ଆପଣଙ୍କ ଭାଗ୍ୟକୁ ନିୟନ୍ତ୍ରଣ କରିବ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଧନାଗମ ହେବ। ଦାମ୍ପତ୍ୟ ସୁଖ ମିଳିବ।

ମିଥୁନ : ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ସୁଷମ ଭୋଜନ ମିଳିବ।

କର୍କଟ : ମୌନାବତାରରେ ତପ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।

ସିଂହ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କନ୍ୟା : ଜ୍ଞାନର ପ୍ରଦୀପ ଜଳାଇ ଚଲାପଥକୁ ଆଲୋକିତ କରିପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହ ରହିବ।

ତୁଳା : ଭାଗ୍ୟବଳରେ ବଳୀୟାନ୍‌ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା : କାର୍ଯ୍ୟରେ ବିଘ୍ନ ଉପୁଯାଇବାକୁ ଉଦ୍ୟମ ଚଳାଉଥିବା ବ୍ୟକ୍ତି ନିରାଶ ଓ ଅପଦସ୍ତ ହେବେ। ସାମାନ୍ୟ ଅସୁସ୍ଥ ଥାଇବି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ଯାନବାହନ ଚଳାଚଳରେ ସତର୍କ ହେବେ।

ଧନୁ : ବନ୍ଧୁ ମିଳନ ଘଟିପାରେ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଉତ୍ତମମାନର ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପ୍ରତି କ୍ଷେତ୍ରରେ ପତ୍ନୀଙ୍କ ସହାୟତା ମିଳିବ।

ମକର : ଭ୍ରାତୃଭାବ ଅତୁଟ ରହିବ। ଅବସ୍ଥା ଦେଖି ବ୍ୟବସ୍ଥା ସ୍ବରୂପ ଦୈନିକ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ସୁସ୍ଥ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।

କୁମ୍ଭ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ଉପରେ ଧ୍ୟାନ ରଖିବେ। ଅସାଧ୍ୟ ସାଧନ କରିବାରେ ସିଦ୍ଧହସ୍ତ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ।

ମୀନ : ଉଦାରଚରିତ ସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

Comments are closed.