ଗୁରୁବାର ରାଶିଫଳ (୨୩.୧୧.୨୦୨୩)

ମେଷ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ।

ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଅସୁସ୍ଥତା ଅନୁଭବ କରିପାରନ୍ତି। ସତର୍କରେ ଚଳିବାକୁ ପଡ଼ିବ।

ସିଂହ : ଜଣେ ସମାଜସେବୀଭାବେ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ଜନସାଧାରଣଙ୍କ ଆଦରଣୀୟ ହେବେ। ସତ୍‌କର୍ମରେ ନିଜକୁ ନିିୟୋଜିତ କରିବେ। ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ହେବେ।

କନ୍ୟା : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ନିଷ୍ଠାର ସହ କାର୍ଯ୍ୟ କରିବେ।

ତୁଳା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ।

ବିଛା : ଉଦାର ଚରିତ ସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ଅଛି। ଯାନବାହନ ସୁଖ ମିଳିପାରେ।

ଧନୁ : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

ମକର : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିପାରେ।

କୁମ୍ଭ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁଷମ ଭୋଜନରେ ଆପ୍ୟାୟିତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମୀନ : ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।

Comments are closed.