ଶୁକ୍ରବାର ରାଶିଫଳ (୨୪/୦୬/୨୦୨୨)

ମେଷ : ବହୁ ବ୍ୟକ୍ତିଙ୍କ ଶୁଭେଚ୍ଛା ଗ୍ରହଣ କରି ସେମାନଙ୍କ ସହିତ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ​ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

ବୃଷ : କର୍ମଚଞ୍ଚଳ ରହିବେ। ନିରୋଳା ସ୍ଥାନରେ ଧ୍ୟାନରତ ହୋଇପାରନ୍ତି। ଥଣ୍ଡାକଫଜନିତ ଓ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ବ୍ୟବହାରରେ ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ଯୋଗ ଅଛି।

ମିଥୁନ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ।

କର୍କଟ : ମନ ପ୍ରସନ୍ନ ରହିବ। ଚେତନାର ଉଳ ପ୍ରଦୀପ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ସିଂହ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

କନ୍ୟା : ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଧୈର୍ଯ୍ୟ ଓ ସାହସର ସହିତ ଆଶୁ ବିପଦର ମୁକାବିଲା କରିପାରନ୍ତି। ସାରାଦିନ ସତର୍କରେ ଚଳିବେ।

ତୁଳା : ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ।

ବିଛା : ଅନାବଶ୍ୟକ ଖର୍ଚ୍ଚକୁ ପ୍ରତ୍ୟାଖ୍ୟାନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବଯୁକ୍ତ ହେବେ।

ମକର : ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କୁମ୍ଭ : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଭଉଣୀଠାରୁ ଧନ ପ୍ରାପ୍ତି ହୋଇପାରେ।

ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ପାଇ କୃତଜ୍ଞ ହେବେ। ଧନାଗମ ହେବ।

Comments are closed.