www.samajalive.in
Sunday, December 14, 2025
17.1 C
Bhubaneswar

ଶୁକ୍ରବାର ରାଶିଫଳ ( ୨୬/୦୩/୨୦୨୧)

ମେଷ: ଅଧ୍ୟାପନା ପାଇଁ ପ୍ରସ୍ତୁତି ପର୍ବ, ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ସନ୍ତାନ ଲାଭ ହୋଇପାରେ। ସୁସ୍ଥ ରହିବେ।

ବୃଷ: ଆପଣଙ୍କ ନେତୃତ୍ୱାଧୀନ କାର୍ଯ୍ୟ ଫଳପ୍ରଦ ହେବ। ପରିଶ୍ରମର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସଙ୍ଗୀତପ୍ରିୟ ହେବେ। ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି। ଯଶସ୍ୱୀ ହେବେ। ସରକାରୀ ଅର୍ଥ ମିଳିବ।

ମିଥୁନ: କାର୍ଯ୍ୟରେ ସଫଳ ହେବାକୁ ଇଚ୍ଛାକରୁଥିଲେ ଅପେକ୍ଷା କରିବାକୁ ପଡ଼ିବ। ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କର୍କଟ: ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି। ନୀତିନିଷ୍ଠ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ତ୍ୟାଗପୂତ ମନୋଭାବ ଗ୍ରହଣ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଅଳ୍ପକେ ସନ୍ତୁଷ୍ଟ ହୋଇପାରନ୍ତି। ସହିଷ୍ଣୁ ଓ କୀର୍ତ୍ତିମାନ୍‍ ହେବେ।

ସିଂହ: ଭଲ ରୋଜଗାର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭ ମିଳିବ। ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବଦ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରା ଉନ୍ନତ ହେବ।

କନ୍ୟା: କାର୍ଯ୍ୟରେ ବିଘ୍ନ ଘଟାଇବାକୁ କେହି ଉଦ୍ୟମ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଧର୍ମକାର୍ଯ୍ୟରେ ଅଧିକ ବ୍ୟୟ କରି ସନ୍ତୁଷ୍ଟ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କେବଳ ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ମଧୁରଭାଷୀ ହେବେ।

ତୁଳା: ସାଧନାରେ ସିଦ୍ଧିଲାଭ କରିବେ। ଶୁଭ ଖବର ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ।

ବିଛା: ଭକ୍ତି ଭାବନାରେ ଉଦ୍‍ବୁଦ୍ଧ ହୋଇପାରନ୍ତି। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ କରଣୀୟ। ବିବାଦରେ ବିଜୟୀ ହେବେ।

ଧନୁ: ଧନଯୁକ୍ତ ହେବାର ସମ୍ଭାବନା ଅଛି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ପ୍ରବଚନ ପ୍ରିୟ ହେବେ।

ମକର: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଆର୍ଥିକ କ୍ଷେତ୍ର ଦୁର୍ବଳ ରହିବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିବାରେ ପାରଙ୍ଗମ ହେବେ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

କୁମ୍ଭ: ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିପାରନ୍ତି। ଅସାଧ୍ୟ କାର୍ଯ୍ୟକୁ ସାଧନ କରିବାରେ ସଫଳ ହେବେ।

ମୀନ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହେବେ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦିନସାରା କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories