www.samajalive.in
Sunday, December 7, 2025
23.1 C
Bhubaneswar

ସୋମବାର ରାଶିଫଳ (୨୭/୦୪/୨୦୨୦)

ମେଷ: ସୁଖ ସମ୍ମାନ ଲାଭ କରିପାରନ୍ତି। ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରି ସାମାଜିକ ପ୍ରତିଷ୍ଠା ଲାଭ କରିବେ। ନୀତିନିଷ୍ଠ ହେବେ। ଧନାଗମର ସୂଚନା ମିଳୁଛି। ଆକସ୍ମିକ ସମସ୍ୟା ଦେଖା ଦେଇପାରେ। କୀର୍ତ୍ତିମାନ୍‍ ଓ ସହିଷ୍ଣୁ ହେବେ। 

ବୃଷ: ରୋଜଗାର ଆଶାନୁରୂପ ହେବ। ବନ୍ଧୁ ବା ସରକାରୀ ସୂତ୍ରରୁ ଲାଭ ମିଳିବ। ଉତ୍ତମ ଭୋଜନ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ। 

ମିଥୁନ: ଜନସାଧାରଣଙ୍କ କଲ୍ୟାଣଭାଜନ ହୋଇପାରନ୍ତି। ସମାଜ କଲ୍ୟାଣ ପାଇଁ ଅଧିକ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ। ଅଯଥା ବିବାଦରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଆପଣଙ୍କ ପାଇଁ ଭଲ ହେବ। ମଧୁର କଥାରେ ଜନପ୍ରିୟ ହେବେ।

କର୍କଟ: ସୁସମ୍ବାଦ ପାଇ ଖୁସି ହେବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‍କର୍ମା ହେବେ। ଜ୍ୟୋତିର୍ବିଦ୍ୟା ପ୍ରତି ଆଗ୍ରହୀ ହେବେ। ସୁଖୀ ହେବେ।

ସିଂହ: ଶୁଭ ଖବର ପାଇ ଆଶ୍ୱସ୍ତ ହେବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପରିଶ୍ରମର ମୂଲ୍ୟ ପାଇ ଖୁସି ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

କନ୍ୟା: ପରୋପକାରରେ ଆତ୍ମତୃପ୍ତି ଲାଭ କରିବେ। କାର୍ଯ୍ୟରେ ସଫଳତା ମିଳିବ। କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାର ଫଳ ଆପଣଙ୍କ ସପକ୍ଷରେ ଯିବ। ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ।

ତୁଳା: ଶୁଭକାର୍ଯ୍ୟ ବର୍ଜନୀୟ। ଧନକ୍ଷୟ ହେବାର ସୂଚନା ମିଳୁଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବେ। ଆର୍ଥିକ ସ୍ଥିିତିରେ ନ୍ୟୂନତା ଆସିବ। ସ୍ୱାଭିମାନୀ ହେବେ। ଭାଗ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ।

ବିଛା: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।

ଧନୁ: ଆଶାବାଦୀ ହୋଇପାରନ୍ତି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ସନ୍ତୁଷ୍ଟ ହେବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରିବେ।

ମକର: ଯାତ୍ରା ଶୁଭଦାୟକ ହେବ। ପରିଶ୍ରମର ମୂଲ୍ୟ ମିଳିବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିପାରନ୍ତି। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। କୃଷିକ୍ଷେତ୍ରରୁ ଲାଭ ଓ ଯାନବାହନ ସୁଖ ମିଳିବ।

କୁମ୍ଭ: ସୁ ଚିନ୍ତିତ କାର୍ଯ୍ୟ ଶୁଭଫଳଦାୟକ ହେବ। ଚିନ୍ତାଦୂର ହୋଇପାରେ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନର ସୁଯୋଗ ଅଛି। ଅଶାନ୍ତିର ମାତ୍ରା କମିବ। ସରକାରୀ ସ୍ତରରୁ ଲାଭବାନ୍‍ ହେବେ।

ମୀନ: ନିଜକୁ କଳହମୁକ୍ତ ରଖିପାରନ୍ତି। ପଢ଼ା-ପଢ଼ିରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହେବେ। ଦିନଟି ମଧ୍ୟମ ଧରଣର। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories