www.samajalive.in
Sunday, December 7, 2025
18.1 C
Bhubaneswar

ଶୁକ୍ରବାର ରାଶିଫଳ (୨୭/୦୮/୨୦୨୧)

ମେଷ :  ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ବିଭିନ୍ନ ସୂତ୍ରରୁ ଆୟ ଅାଶାନୁରୂପ ହେବ। ଧନ ଲାଭ ଓ ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ।

ବୃଷ : କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁର ଭାଷୀ ହେବେ। ଧର୍ମୀୟ କାର୍ଯ୍ୟରେ ଅଧିକ ବ୍ୟୟ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

ମିଥୁନ : ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନପ୍ରାପ୍ତିର ସୂଚନା ମିଳୁଛି।

କର୍କଟ : କର୍ମ ଚଞ୍ଚଳ  ରହିବେ। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।

ସିଂହ : ଜନସାଧାରଣଙ୍କ ଆଦରଣୀୟ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ପ୍ରେମୀ ଓ ବିଳାସୀ ହେବେ। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖ ମିଳିବ।

କନ୍ୟା : ସ୍ବାଭିମାନ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବେ। ସାମୟିକଭାବେ ଅନଟନର ସମ୍ମୁଖୀନ ହୋଇପାରନ୍ତି। ଆଜି ସତର୍କତାର ଦିନ।

ତୁଳା : ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବା ଓ ପରୋପକାରରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ।

ବିଛା : ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବ୍ୟବସାୟ ଲାଭଜନକ ହେବ। ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ଧନୁ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇପାରନ୍ତି। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।

ମକର : ଉଦାର ପ୍ରକୃତିର ହେବେ। ଦାନଧର୍ମକୁ ଶ୍ରେୟ ମଣିପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦଳ ପ୍ରତି ଆଦର ଓ ସମ୍ମାନ ରହିବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

କୁମ୍ଭ : ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମୀନ : ବିଭିନ୍ନ ସ୍ତରରୁ ଆଦର ଅଭ୍ୟର୍ଥନା ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories