ସୋମବାର ରାଶିଫଳ (୨୭.୧୧.୨୦୨୩

ମେଷ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

ବୃଷ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଧନସମ୍ପଦ ଭରପୂର ରହିବ। ଯବାନମାନେ ରଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରି ଦେଶ ମାତୃକାର ମହତ୍‌ ରଖିବେ।

ମିଥୁନ : କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରିବେ। ସାହସୀ, ଜ୍ଞାନୀ ଓ କ୍ଷୀଣ କୋପୀ ହେବେ।

କର୍କଟ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଧନ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ସିଂହ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

କନ୍ୟା : ଭାଗ୍ୟଶାଳୀ ହେବେ। ସାୟମିକ ଭାବେ ଭୋଗ, ବିଳାସ କରିପାରନ୍ତି। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା : ଈର୍ଷା ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ।

ବିଛା : ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବକର୍ମ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ଧନୁ : ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମକର : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

କୁମ୍ଭ : ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି।

ମୀନ : ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।

Comments are closed.