ଶୁକ୍ରବାର ରାଶିଫଳ (୨୭.୧୦.୨୦୨୩)

ମେଷ : ଥଣ୍ଡାଜନିତ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ।

ବୃଷ : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ମିଥୁନ : ମନ ପ୍ରସନ୍ନ ରହିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। କୁଳ ପ୍ରଦୀପ ହେବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ଜୀବନ ମଧୁମୟ ହେବ।

କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଭୋଗୀ ଓ ବିଳାସୀ ହେବେ। ଆଜି ଦିନଟି ଆପଣଙ୍କ ପାଇଁ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ସିଂହ : କ୍ରୋଧ ସମ୍ବରଣ କରି ହିତପୋଦେଶ ଦେଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କେତେକ ସ୍ବାର୍ଥନ୍ବେଷୀ ବନ୍ଧୁ କରଛଡ଼ା ଦେଇପାରନ୍ତି। ବ୍ୟବସାୟରୁ ଲାଭ ହେବ।

କନ୍ୟା : ଜଣେ ସମାଜସେବୀ ବ୍ୟକ୍ତିଭାବେ ଲୋକାଦ୍ରୁତ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ପତ୍ନୀଙ୍କ ଉପଦେଶ ଗ୍ରହଣୀୟ ହେବ।

ତୁଳା : ଭ୍ରାତୃଭାବ ଅତୁଟ ରହିବ। ସ୍ବଳ୍ପ ଆୟ ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।

ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କରିତ୍‌କର୍ମା ଓ ଜ୍ଞାନୀ ହେବେ।

ଧନୁ : ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି।

ମକର : ଆତ୍ମବିଶ୍ବାସୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ୍ତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜଙ୍କଠାରୁ ଆଦର, ସମ୍ମାନ ପ୍ରାପ୍ତ ହେବେ।

କୁମ୍ଭ : ସୌଭାଗ୍ୟଶାଳୀ ହୋଇପାରନ୍ତି। ଜ୍ଞାନୀ, ଗୁଣୀଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ମିତ୍ରଙ୍କଠାରୁ ସହାୟତା ମିଳିବ।

ମୀନ : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବଳବାନ୍‌ ହେବେ। ମାଲିମୋକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବ। ଧନସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ। ସମାଜରେ ଗୌରବ ପ୍ରାପ୍ତିର ସୂଚନା ମିଳୁଛି।

Comments are closed.