www.samajalive.in
Saturday, December 13, 2025
17.1 C
Bhubaneswar

ମଙ୍ଗଳବାର ରାଶିଫଳ (୨୮/୦୪/୨୦୨୦)

ମେଷ: ମନ ଫୁର୍ତ୍ତି ରହିବ। ପରିଶ୍ରମର ମୂଲ୍ୟ ମିଳିବ। ଧାର୍ମିକ ପ୍ରବୃତ୍ତିର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବାର ସୂଚନା ମିଳୁଛି। ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହୋଇପାରନ୍ତି। ଭାଇଙ୍କ ସହିତ ବିରୋଧ ହେବ।

ବୃଷ: ଭାଗ୍ୟବାନ୍‍ ହେବେ। ଧନାଗମର ସୂଚନା ମିଳୁଛି। ଧର୍ମକାର୍ଯ୍ୟରେ ନିଜକୁ ସାମିଲ୍‍ କରିପାରନ୍ତି। ପାଣ୍ଡିତ୍ୟର ପରିଚୟ ଦେବେ। ଶିଳ୍ପ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦନ କରି ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ କ୍ରିୟାଶୀଳ ହେବେ।

ମିଥୁନ: ଜନ କଲ୍ୟାଣକାରୀ କାର୍ଯ୍ୟ କରିବେ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାରକ୍ଷମ ହେବେ। ଶାରୀରିକ ଶକ୍ତି ବୃଦ୍ଧି ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି।

କର୍କଟ: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ନ ହେବା ପାଇଁ ସତର୍କ ରୁହନ୍ତୁ। ଚଞ୍ଚଳମନା ହେବେ। ଚକ୍ଷୁରେ ଯନ୍ତ୍ରଣା ଦେଖା ଦେଇପାରେ। ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି।

ସିଂହ: ଯୋଗାଯୋଗରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯଶସ୍ୱୀ ହେବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବେ।

କନ୍ୟା: ଫଳ ପ୍ରତି ଆଶା ନ ରଖି କର୍ମ କରି ଚାଲିବେ। କୁଳ ମର୍ଯ୍ୟାଦା ରକ୍ଷା କରିବାର ପ୍ରୟାସ ଜାରି ରଖିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।

ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ସାହସୀ ଓ ସମ୍ପଦଶାଳୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବିଛା: ମାନସିକ ଅଶାନ୍ତି ଦେଖାଦେଇ ପାରେ। ସ୍ୱାଭିମାନୀ ହୋଇପାରନ୍ତି। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡ଼ିବ। ଶତ୍ରୁମାନେ ପଶ୍ଚାତ୍‍ପଦ ଦେବେ।

ଧନୁ: ବନ୍ଧୁ ମିଳନ ଘଟିବାର ସମ୍ଭାବନା ଅଛି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ଅସହାୟଙ୍କୁ ସାହାଯ୍ୟ କରିବେ।

ମକର: ଶତ୍ରୁ ଉପଦ୍ରବକୁ ଆଖି ଆଗରେ ରଖି ଯୋଜନା ପ୍ରସ୍ତୁତ କରିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଭାଇମାନଙ୍କ ସାହାଯ୍ୟ ପାଇ କୃତଜ୍ଞ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ବିଚକ୍ଷଣତାର ପରିପ୍ରକାଶ ଘଟାଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଜ୍ୟୋତିର୍ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ବିଭିନ୍ନ ଦିଗରୁ ଅର୍ଥଲାଭ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

ମୀନ: ପ୍ରତ୍ୟେକ କାର୍ଯ୍ୟରେ କୃତିତ୍ୱ ଅର୍ଜନ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନ-ଧର୍ମକୁ ଦୀକ୍ଷା ଭାବେ ଗ୍ରହଣ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ବୁଦ୍ଧିମାନ୍‍ ହେବେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories