www.samajalive.in
Monday, December 15, 2025
14.1 C
Bhubaneswar

ଗୁରୁବାର ରାଶିଫଳ (୨୮/୦୪/୨୦୨୨)

ମେଷ : କର୍ମଚଞ୍ଚଳ ରହିବେ। ସାଧନା ପାଇଁ ଏକାନ୍ତବାସକୁ ଆଦରି ନେଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ରାଜଯୋଗ ଅଛି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।

ବୃଷ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବାସହିତ ରାଜ ଦରବାରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ମିଥୁନ : କୁଳପ୍ରଦୀପ ହେବେ। ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।

କର୍କଟ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସର୍ଦ୍ଦି, କଫରେ ପୀଡ଼ିତ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

କନ୍ୟା : ବନ୍ଧୁ ମିଳନ ସୁଖଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ।

ତୁଳା : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟାବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ଧନୁ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରୁ ଲାଭବାନ୍‌ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ମକର : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର ଭାଷା ଓ ବ୍ୟବହାର ଆପଣଙ୍କୁ ଉଚ୍ଚାସନ ଦେଇପାରେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

କୁମ୍ଭ : ଭାଗ୍ୟଶାଳୀ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ରମାନଙ୍କ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ।
ମୀନ : ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ। ଗୌରବର ଅଧିକାରୀ ହେବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories