www.samajalive.in
Tuesday, December 9, 2025
17.1 C
Bhubaneswar

ରବିବାର ରାଶିଫଳ (୨୮/୦୨/୨୦୨୧)

ମେଷ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଅଧ୍ୟାପନା ପାଇଁ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସୁସମ୍ବାଦ ଶୁଣି ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ବୃଷ: ଶ୍ରମ ସାର୍ଥକ ହେବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସ୍ୱାଭିମାନୀ ହୋଇପାରନ୍ତି। କାର୍ଯ୍ୟଶୈଳୀ ଶୃଙ୍ଖଳିତ ହେବ। ନିର୍ଭୟରେ କାର୍ଯ୍ୟ ସଂପାଦନ କରିପାରନ୍ତି। ବିଧି ବିଧାନ ମାନି ଚଳିବେ।

ମିଥୁନ: ମନୋବଳ ଦୃଢ଼ ରହିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଭାଗବତ ପ୍ରେମୀ ହେବେ। ଦେବ ଦର୍ଶନ ଲାଭ କରି ଆତ୍ମତୃପ୍ତି ଲାଭ କରିପାରନ୍ତି। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।

କର୍କଟ: ଆକସ୍ମିକ ସମସ୍ୟା ଦେଖା ଦେଲେ ବି ତା’ର ଆଶୁ ସମାଧାନ କରିବାରେ ସିଦ୍ଧହସ୍ତ ହେବେ। ନିଜ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ପଢ଼ିବ। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ଉତ୍ତମ ହେବ। ସୁଖ ଭୋଗ କରିବେ।

ସିଂହ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟର ମାତ୍ରା ବୃଦ୍ଧି ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ସ୍ୱାସ୍ଥ୍ୟ ଅତୁଟ ରହିବ।

କନ୍ୟା: ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁଃଶ୍ଚିନ୍ତା ମଧ୍ୟଦେଇ ଗତି କରିବେ। ମିଷ୍ଟଭାଷୀ ହେବେ। କର୍ମଚଞ୍ଚଳ ରହିବେ।

ତୁଳା: ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ଶୁଭଖବର ପାଇ ଭାବବିହ୍ୱଳ ହୋଇପାରନ୍ତି। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସ୍ତରରୁ ସମ୍ମାନ ଓ ଅର୍ଥପ୍ରାପ୍ତ ହେବେ।

ବିଛା: କର୍ମଚଞ୍ଚଳ ରହିବେ। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ବିବାଦୀୟ ପ୍ରତିଯୋଗିତାରେ ବିଜୟ ହାସଲ କରିବେ।

ଧନୁ: ବିଭିନ୍ନ ସ୍ତରରୁ ସହାୟତା ମିଳିବ। କାର୍ଯ୍ୟରେ ସଫଳତା ଲାଭ କରିବେ। ଅଧିକ କ୍ଷମତା ପାଇ ତା’ର ସଦ୍‍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଳାସ ବ୍ୟସନ୍ନ କରିପାରନ୍ତି।

ମକର: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ମନ ବିଷାଦିତ ହୋଇପାରେ। ଆର୍ଥିକ ସ୍ଥିତି ଦୁର୍ବଳ ରହିପାରେ। ସୁଭାଷୀ ଓ ଉତ୍ତମ ବିଦ୍ୟାଯୁକ୍ତ ହୋଇପାରନ୍ତି। ଭୋଗୀ ଓ ତେଜୀୟାନ୍‍ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

କୁମ୍ଭ: ମନୋବଳ ଦୃଢ଼ ରହିବ। ନିର୍ଭୟ କାର୍ଯ୍ୟ ସଂପାଦନ କରିପାରନ୍ତି। ସୁଖକର ଘଟଣାମାନ ଘଟିପାରେ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି।

ମୀନ: ଧୈର୍ଯ୍ୟଧରି କାର୍ଯ୍ୟ କଲେ ସଫଳତା ମିଳିବ। ଶତ୍ରୁ ଉପରେ ବିଜୟ ହାସଲ କରି ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଉତ୍‍ଫୁଲ୍ଲିତ ହେବେ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories