ଗୁରୁବାର ରାଶିଫଳ (୨୮/୧୦/୨୦୨୧) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Oct 28, 2021 Share ମେଷ : ଉଦାର ପ୍ରକୃତିର ଓ ଦାନଶୀଳ ହେବା ଆଶା କରାଯାଏ। ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ରହିବେ। କୃଷି କାର୍ଯ୍ୟକୁ ଗୁରୁତ୍ବ ଦେବେ। ଦଳ ପ୍ରତି ଆଦର ଓ ସମ୍ମାନ ବଢ଼ିବ। ପ୍ରେମୀ ଓ ବୁଦ୍ଧିମାନ ହେବେ। ବୃଷ : କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷାର ମାଧୁରିମା ଅନ୍ୟଙ୍କୁ ମୋହିତ କରିପାରେ। ପ୍ରେମୀ ଓ ସାହସୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ମିଥୁନ : ପରମ ସୌଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାବାନ୍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। କର୍କଟ : ସୁଖ-ସମ୍ମାନ ଲାଭ କରିବେ। ବଳଶାଳୀ ହେବେ। ଐଶ୍ବର୍ଯ୍ୟାପ୍ରାପ୍ତି ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ସିଂହ : କର୍ମଚଞ୍ଚଳ ରହିବେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିବେ। ସାଧନାର ପ୍ରଥମ ସୋପାନ ସ୍ବରୂପ ଏକାନ୍ତ ପ୍ରିୟ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ। କନ୍ୟା : ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ। Related Posts ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ… May 3, 2024 ତୁରନ୍ତ କରନ୍ତୁ ଏହି କାମ, ନଚେତ୍ ଫୋନରୁ ଚୋରି… May 3, 2024 ତୁଳା : ସୁଖ-ସମ୍ମାନ ମିଳିବ। କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବେ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ। ବିଛା : ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସ ଓ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଧନୁ : ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନିଷେଧ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ। ମକର : ସୁଖ-ସନ୍ତୋଷ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି। କୁମ୍ଭ : କାର୍ଯ୍ୟରେ ସଫଳତା ଲାଭ କରିବେ। ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ମୀନ : ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ମନ୍ତ୍ର-ତନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। Horoscope 28th October 2021odia news Share FacebookTwitterWhatsApp
Comments are closed.