ଶୁକ୍ରବାର ରାଶିଫଳ (୨୮/୧୦/୨୨) ଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟରାଶିଫଳ By samajalive Last updated Oct 28, 2022 Share ମେଷ : ମନରେ ଦମ୍ଭ ଓ ସାହସ ବାନ୍ଧି ଧୈର୍ଯ୍ୟର ସହିତ ଆଶୁ ବିପଦର ମୁକାବିଲା କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କ ରହିଲେ ବିପଦ ଟଳିପାରେ। ବୃଷ : ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନ ହେବ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ବନ୍ଧୁମିଳନରେ ଉପକୃତ ହେବେ। ମନରେ ଥିବା ଅହଂ ଭାବ ବିଲୁପ୍ତ ହେବ। ମିଥୁନ : ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହେବେ। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ପ୍ରତିଶୋଧ ପରାୟଣ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। କର୍କଟ : କର୍ମଚଞ୍ଚଳ ରହିବେ। ଦୈବୀଶକ୍ତି ସମ୍ପନ୍ନ କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଧନଲାଭର ସୂଚନା ମିଳୁଛି। ଆର୍ଥିକ ଧାରା ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ଧାର୍ମିକ ଓ ଆଦର୍ଶ ବ୍ୟକ୍ତିତ୍ବଯୁକ୍ତ ହେବେ। ସିଂହ : ସାମାଜିକ ଦାୟିତ୍ବବୋଧ ଶକ୍ତିସମ୍ପନ୍ନ ହେବେ। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ। ସାମାଜିକ ସ୍ତରରେ କୀର୍ତ୍ତି ଓ ଯଶ ସ୍ଥାପନ କରିବେ। କନ୍ୟା : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ। Related Posts ଡିଜେଲ ଚୋରକୁ ମାଡି ବସିଲେ ଗାଡ଼ି ଚାଳକ,… Jan 11, 2025 ଆସାମ କୋଇଲା ଖଣି ଦୁର୍ଘଟଣା – ଉଦ୍ଧାର… Jan 11, 2025 ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ। ବିଛା : ଭଲ ଆୟ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକମାନେ ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଧନୁ : କର୍ମଚଞ୍ଚଳ ରହିବେ। ଥଣ୍ଡାଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ଏକାନ୍ତରେ ମୌନ ରହି ସାଧନାରେ ବ୍ରତୀ ହୋଇପାରନ୍ତି। ମଧୁର ବାର୍ତ୍ତାଳାପରେ ପରକୁ ଆପଣାର କରିପାରନ୍ତି। ଜ୍ଞାନୀ ଓ ସାହସୀ ହେବେ। ମକର : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳ ହେବେ। କୁମ୍ଭ : ଜ୍ଞାନର ପ୍ରଦୀପ ଜଳାଇ କର୍ମକ୍ଷେତ୍ରକୁ ଆଲୋକିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାର୍ଦ୍ର ଚିତ୍ତ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ପାରିବାରିକ ସ୍ନେହ ମିଳିବ। ମୀନ : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ-ସମୃଦ୍ଧି ପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ। Share FacebookTwitterWhatsApp
Comments are closed.